ଆହୁରି ଦୁଇଦିନ ବର୍ଷିବ

ଭୁବନେଶ୍ୱର, ୨।୭(ବ୍ୟୁରୋ): ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ରବିବାରଠାରୁ ଆରମ୍ଭ ହୋଇଥିବା ବର୍ଷା କେତେବେଳେ ଛେଚୁଛିି ତ’ ଆଉ କେତେବେଳେ ଝିପିଝିପି ହେଉଛି। ସୋମବାର ସୁଦ୍ଧା ଓଡ଼ିଶାର ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଅଞ୍ଚଳ ସବୁଠି ବର୍ଷା ଲାଗି ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଇତିମଧ୍ୟରେ ୱେଲ୍‌ମାର୍କ ଲୋ ପ୍ରେସରର ରୂପ ନେଇସାରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଫଳରେ ୩ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ତେବେ ଉତ୍ତର ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ମଙ୍ଗଳବାର ପାଇଁ ଭାରତୀୟ ପାଣିପାଗ ବିଭାଗ ୧୨ ଜିଲାକୁ ଏଲୋ ଓ୍ବାର୍ନିଂ ଜାରି କରିଛି। ଉକ୍ତ ଜିଲାଗୁଡ଼ିକ ହେଲା ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ବର୍ଷା ସମୟରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବୋହିବ। ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ଅନ୍ୟପକ୍ଷରେ ଉପରମୁଣ୍ଡ ଓ ତଳମୁଣ୍ଡରେ ବର୍ଷା ହେବା ଯୋଗୁ ନଦୀର ଜଳସ୍ତର ବଢ଼ିବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ସ୍ଥିତିର ମୁକାବିଲା ଲାଗି ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷରେ ସୋମବାର ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ୬୭ ମିଲି ମିଟର (ମିମି) ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହିଭଳି ବାଲେଶ୍ୱରରେ ୪୫ମିମି, ପାରାଦୀପରେ ୨୨ମିମି, କଟକରେ ୨୧.୨ମିମି, ସୁନ୍ଦରଗଡ଼ ଓ ମାଲକାନଗିରିରେ ୧୪ମିମି, କେନ୍ଦୁଝରରେ ୧୨ମିମି, ଭୁବନେଶ୍ୱର ୧୦.୩ମିମି, ଅନୁଗୋଳ ଓ ବାରିପଦାରେ ୧୦ମିମି, ଝାରସୁଗୁଡ଼ା ୯ମିମି, ସମ୍ବଲପୁର ୭ମିମି, ତାଳଚେରରେ ୬ମିମି, ଫୁଲବାଣୀରେ ୨.୨ମିମି, ଗୋପାଳପୁର ଓ ସୋନପୁରରେ ୨ମିମି ଓ ପୁରୀରେ ୦.୧ମିମି ବର୍ଷା ହୋଇଛି। ଚଳିତ ବର୍ଷ ଜୁନ୍‌ ମାସରେ ଯେତିକି ବର୍ଷା ହେବା କଥା ସେତିକି ହୋଇନାହିଁ। ୩୧ ପ୍ରତିଶତ କମ୍‌ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂତ୍ରରୁ ଜଣାପଡିଛି। ବିଳମ୍ବରେ ମୌସୁମୀ ଆସିବା ଓ ଆରମ୍ଭରୁ ବର୍ଷା ନ ହେବା ଯୋଗୁ ଲୋକେ ଗରମ ଓ ଗୁଳୁଗୁଳିରେ ଛଟପଟ ହେଉଥିଲେ। ଏବେ ବର୍ଷା ଯୋଗୁ ସେଥିରୁ ଆଶ୍ୱସ୍ତି ମିିଳିଥିଲେ ମଧ୍ୟ ବର୍ଷା ଲାଗି ରହିବା ଫଳରେ ସାଧାରଣ ଜନଜୀବନ ପ୍ରବାଭିତ ହୋଇଛି। ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri