ଏଇ ଭାରତରେ

କୋଭିଡ୍‌ ମହାମାରୀ ପରିଚାଳନାରେ ସରପଞ୍ଚମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛନ୍ତି। କିନ୍ତୁ ମହାରାଷ୍ଟ ସୋଲାପୁର ଜିଲାର ଅଟ୍ରୋଲି ଏବଂ ଘଟନେ ପଞ୍ଚାୟତର ଦୁଇ ଯୁବ ସରପଞ୍ଚଙ୍କ ମହାମାରୀ ବିରୋଧୀ ଲଢ଼େଇ ଏବେ ଉଦାହରଣ ସୃଷ୍ଟି କରିଛି। ଅଟ୍ରୋଲିର ସରପଞ୍ଚ କୋମଲ କାର୍ପେ ଏବଂ ଘଟନେର ସରପଞ୍ଚ ଋତୁରାଜ ଦେଶମୁଖ, ଉଭୟଙ୍କ ବୟସ ୨୧। ଦୁହେଁ ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି। ସବୁଠୁ ବଡ଼ କଥା ହେଉଛି ପ୍ରଥମ ଲହରରେ ଦୁଇ ପଞ୍ଚାୟତର କ୍ଷତି ହୋଇଥିବାବେଳେ ଦ୍ୱିତୀୟ ଲହରରେ ଏମାନେ ଏହାକୁ ସମ୍ପୂର୍ଣ୍ଣ କରୋନା ମୁକ୍ତ କରିପାରିଛନ୍ତି। ଦୁହେଁ ଚଳିତ ବର୍ଷ ଫେବୃୟାରୀରେ ପଞ୍ଚାୟତ ଦାୟିତ୍ୱ ନେଇଥିତ୍ଲେ। ସରପଞ୍ଚ ଭାବେ ଦାୟିତ୍ୱ ନେବା ପରେ ସେମାନେ ଯେଭଳି କରୋନାର ଦ୍ୱିତୀୟ ଲହରକୁ ମୁକାବିଲା କରିଛନ୍ତି ତାକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ଋତୁରାଜ ତାଙ୍କ ପଞ୍ଚାୟତରେ ପୋଲିସ ସହାୟତାରେ କୋଭିଡ୍‌ ନିୟମ ଉଲ୍ଲଂଘନ କଲେ ୨୦୦ଟଙ୍କା ଜରିମାନା ଲାଗୁ କରିଛନ୍ତି। ପଞ୍ଚାୟତରେ ସମସ୍ତଙ୍କର କୋଭିଡ୍‌ ପରୀକ୍ଷା କରିବା ସହ ପ୍ରତିଦିନ ଅକ୍ସିଜେନ ସ୍ତର ମାପ କରିବାର ବ୍ୟବସ୍ଥା କରିଛନ୍ତି। କୋମଲ କାର୍ପେ ମଧ୍ୟ ତାଙ୍କ ପଞ୍ଚାୟତର ପାଖାପାଖିତ୍ ୩ ହଜାର ଲୋକଙ୍କୁ ସୁରକ୍ଷିତ ରଖିପାରିଛନ୍ତି। ପଞ୍ଚାୟତର ସବୁ ଗ୍ରାମ କମିଟିର ସହଯୋଗରେ ଏହା ସମ୍ଭବ ହୋଇପାରିଛି। ତେବେ ଦୁଇ ସରପଞ୍ଚ ଏବେ ତୃତୀୟ ଲହରକୁ ମୁକାବିଲା କରିବା ଲାଗି ସବୁକିଛି ଯୋଗାଡ଼ରେ ଲାଗିପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଏକଚାଟିଆ ବ୍ୟବସାୟ

ଭାରତରେ ଗତ ୫ ଦିନ ହେବ ଯେଉଁଭଳି ଭାବେ ବିମାନ ସେବାରେ ବିଭ୍ରାଟ ଦେଖାଦେଇଛି, ତାହା ଦେଶରେ ଅନ୍ୟତମ ସର୍ବାଧିକ ଆଲୋଚନାର ବିଷୟ ପାଲଟିଯାଇଛି। ଘରୋଇ...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri