ଖୁସି ଖବର: ଭାକ୍ସିନ୍‌ ମିକ୍ସିଂରେ ପରାଜିତ ହେବ କରୋନା…

ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍‌ର ୨ ଡୋଜ୍‌ ମିକ୍ସିଂ ଦ୍ୱାରା ସୁଫଳ ମିଳିବା ସହିତ ଅଭାବ ମଧ୍ୟ ପୂରଣ ହୋଇପାରିବ ବୋଲି ଭାରତ ସରକାରଙ୍କ ପକ୍ଷରୁ ଚିନ୍ତା କରାଯାଉଛି। ଇତିମଧ୍ୟରେ ଗୁଜରାଟ ଏବଂ ଉତ୍ତରପ୍ରଦେଶର କେତେକ ଅଞ୍ଚଳରେ ଭୁଲ୍‌ ବଶତଃ ପ୍ରଥମ ଡୋଜ୍‌ କୋଭାକ୍ସିନ୍‌ ନେଇଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ପ୍ରଦାନ କରାଯାଇଛି। ମାତ୍ର ଏହା ଦ୍ୱାରା ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କଠାରେ କୌଣସି ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇ ନାହିଁ। ଏହାର ଫଳାଫଳ ଆଧାରରେ ଭାରତରେ ଭାକ୍ସିନ୍‌ ମିକ୍ସିଂ ଉପରେ ବିଚାର କରାଯାଉଛି। ଭାକ୍ସିନ୍‌ ମିକ୍ସିଂରେ କରୋନା ପରାଜିତ ହେବ ବୋଲି ବିଶେଷଜ୍ଞ ଆଶାବାଦୀ ରହିଛନ୍ତି। ଏ ସମ୍ପର୍କିତ ପରୀକ୍ଷା ବିଟ୍ରେନ୍‌ରେ ଜାନୁୟାରୀଠାରୁ ଆରମ୍ଭ ହୋଇଛି। ଅପରପକ୍ଷରେ ଜୁନ୍‌ ୧ରେ କାନାଡ଼ାରେ ଏବଂ ଜୁନ୍‌ ୪ରେ ବାହାରିନ୍‌ରେ ଆରମ୍ଭ କରାଯାଇଛି। ଭାକ୍ସିନ୍‌ର ମିକ୍ସଡ୍‌ ଆଣ୍ଡ୍‌ ମ୍ୟାଚ୍‌ ଏକ ଭଲ ପଦକ୍ଷେପ ବୋଲି ବିଚାର କରାଯାଉଛି। ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟର ଗବେଷକ ଆଷ୍ଟ୍ରାଜେନିକା ଏବଂ ଫାଇଜର ଭାକ୍ସିନ୍‌ର ମିକ୍ସିଂ ସୁରକ୍ଷିତ ଏବଂ ପ୍ରଭାବଶାଳୀ ବୋଲି ଦର୍ଶାଇଛନ୍ତି। ତେବେ ଏହା ଉପରେ ଅଧିକ ପରୀକ୍ଷା ନିରୀକ୍ଷା କରାଯିବା ଉପରେ ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ଇତିମଧ୍ୟରେ କାନାଡା, ବ୍ରିଟେନ୍‌, ବାହାରିନ୍‌ରେ ଏହାର ପରୀକ୍ଷା ଆରମ୍ଭ ହୋଇଥିବାବେଳେ ଆମେରିକା, ଫିନଲାଣ୍ଡ୍‌, ଫ୍ରାନ୍ସ୍‌, ନରଓ୍ବେ, ଦକ୍ଷିଣ କୋରିଆ, ସ୍ପେନ୍‌, ସ୍ବିଡେନ, ଚାଇନା, ରୁଷିଆରେ ଏନେଇ ଗବେଷଣା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri