Posted inଖେଳ

ନୋଭାକ୍‌ ଜୋକୋଭିଚ୍‌ ଚାମ୍ପିୟନ

ପ୍ୟାରିସ, ୧୪।୬-ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ସେ ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ୍‌ଙ୍କୁ ୬-୭(୬/୮), ୨-୬, ୬-୩, ୬-୨, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଭାବୀ ପ୍ରଦର୍ଶନ କରି ସିତ୍‌ସିପାସ ପ୍ରଥମ ୨ଟି ସେଟ୍‌ରେ ବିଜୟୀ ହୋଇ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲର ନିକଟତର ହୋଇଥିଲେ ହେଁ ଅଭିଜ୍ଞତାର ଉପଯୋଗ କରି ବାଜି ମାରିଥିଲେ ଜୋକୋଭିଚ୍‌। ମ୍ୟାଚଟି ୪ ଘଣ୍ଟା ୧୧ ମିନିଟଧରି ଚାଲିଥିଲା। ଏହାକୁ ମିଶାଇ ଜୋକୋଭିଚ୍‌ ଦ୍ୱିତୀୟ ଥରପାଇଁ ଫ୍ରେଞ୍ଚ୍‌ ଓପନ ଏବଂ ଓଭରଅଲ୍‌ ୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ପୂର୍ବରୁ ୨୦୧୬ରେ ସେ ଫ୍ରେଞ୍ଚ୍‌ ଓପନ ଟାଇଟଲ ଜିତିଥିଲେ। ଅର୍ଥାତ୍‌ ୫ ବର୍ଷ ବ୍ୟବଧାନରେ ସେ ପୁଣି ରୋଲାଣ୍ଡ ଗାରୋସ୍‌ର ଲାଲ୍‌ ମାଟିରେ ବିଜୟ ଧ୍ୱଜା ଉଡ଼ାଇଛନ୍ତି। ଜୋକୋଭିଚ୍‌ ୨୦୦୮, ୨୦୧୧, ୨୦୧୨, ୨୦୧୩, ୨୦୧୫, ୧୦୧୬, ୨୦୧୯, ୨୦୨୦ ଓ ୨୦୨୧ରେ ଅଷ୍ଟ୍ରେଲିଆନ ଗ୍ରାଣ୍ଡସ୍ଲାମ ଚାମ୍ପିୟନ ହୋଇଥିବାବେଳେ ୨୦୧୧, ୨୦୧୪, ୨୦୧୫, ୨୦୧୮ ଓ ୨୦୧୯ରେ ଓ୍ବିମ୍ବେଲଡନ ଏବଂ ୨୦୧୧, ୨୦୧୫ ଏବଂ ୨୦୧୮ରେ ୟୁଏସ୍‌ ଓପନ ଟାଇଟଲ ହାସଲ କରିଥିଲେ। ଅନ୍ୟପକ୍ଷରେ ସିତ୍‌ସିପାସ ୨୦୧୯ ଓ ୨୦୨୧ରେ ଅଷ୍ଟ୍ରେଲିଆନ ଓପନ ସେମିଫାଇନାଲ ପର୍ଯ୍ୟନ୍ତ ଯାଇଥିବାବେଳେ ୨୦୧୮ରେ ଓ୍ବିମ୍ବେଲଡନରେ ୪ର୍ଥ ରାଉଣ୍ଡ ପ୍ରବେଶ ଥିଲା ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ। ସେହିପରି ସେ ୨୦୨୦ରେ ୟୁଏସ୍‌ ଓପନରେ ସର୍ବାଧିକ ୩ୟ ରାଉଣ୍ଡ ପର୍ଯ୍ୟନ୍ତ ଉନ୍ନୀତ ହୋଇ ପାରିଥିଲେ। ଫ୍ରେଞ୍ଚ୍‌ ଓପନରେ ରନର୍ସଅପ୍‌ ହେଉଛି କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri