ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…

ଆଜିକାଲି ରକ୍ତଚାପ ବା ବ୍ଲଡ ପ୍ରେସର ସମସ୍ୟା ଏକ ସାଧାରଣ
ଘଟଣା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ ଆଦି ଏଥିପାଇଁ କେତେକାଂଶରେ ଦାୟୀ।
ତେବେ ଜଣେ ଉଚ୍ଚ ରକ୍ତଚାପ ରୋଗୀ କେଉଁ ବିଷୟ ପ୍ରତି ଅଧିକ ଧ୍ୟାନ
ଦେବା ଦରକାର ଜାଣନ୍ତୁ ସେ ସମ୍ପର୍କରେ…
ବିଶେଷଭାବରେ ବୟସ ବଢ଼ିଲେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ତେଣୁ ଏଥିପ୍ରତି ସତର୍କ ରହିବା ନିହାତି ଦରକାର।
ଯଦି ଆପଣ ଏପରି ସମସ୍ୟା ସହ ଜଡିତ, ତେବେ ନିଜର ରକ୍ତଚାପ କେତେ ରହୁଛି ତାହା ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ମାପି ଜାଣି ନିଅନ୍ତୁ।
କେତେକ କାରଣରୁ ରକ୍ତଚାପ ଅସନ୍ତୁଳିତ ରହିଥାଏ। ଯଦି ଆପଣ ଏହାର ପ୍ରାକ୍‌ ଲକ୍ଷଣ ବିଷୟରେ ଜାଣିପାରିଲେ ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଆନ୍ତୁ।
ଏ ନେଇ ଡାକ୍ତର ପରାମର୍ଶ ଦେବା ସମୟରେ ଔଷଧ ବ୍ୟତୀତ ଖାଦ୍ୟପେୟ, ଜୀବନଶୈଳୀ ପ୍ରତି ନଜର ଦେବାକୁ କହିଥାଆନ୍ତି। ତାହାର ପରାମର୍ଶଗୁଡିକୁ ଠିକ୍‌ ଭାବରେ ପାଳନ କରନ୍ତୁ।
ରକ୍ତଚାପ ବିଷୟରେ ଡାକ୍ତରଙ୍କ ସହ ଆଲୋଚନା କରିବା ସମୟରେ ଆପଣଙ୍କର ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମସ୍ୟା ବିଷୟରେ ସୂଚନା ଦେବାକୁ ଭୁଲନ୍ତୁ ନାହିଁ।
ରକ୍ତଚାପକୁ ସନ୍ତୁଳିତ ରଖିବା ପାଇଁ ନିଜର ଦୈନନ୍ଦିନ ଜୀବନଶୈଳୀରେ ବ୍ୟାୟାମ ସାମିଲ କରନ୍ତୁ।
ନିଶାଦ୍ରବ୍ୟ ସେବନ ଯୋଗୁଁ ରକ୍ତଚାପଜନିତ ସମସ୍ୟା ଆଶଙ୍କା ଅଧିକ ଥାଏ। ତା’ସହ ଯଦି ଆପଣ ଏଭଳି ଅଭ୍ୟାସ ସହ ଜଡିତ ତେବେ ତାହାକୁ ତୁରନ୍ତ ବର୍ଜନ କରନ୍ତୁ।
-ରକ୍ତଚାପରେ ଆକ୍ରାନ୍ତ ହେଲେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଆନ୍ତୁ। କାରଣ ସେ ରକ୍ତଚାପର ଅବସ୍ଥା ଦେଖି ଔଷଧର ଡୋଜ୍‌ ସ୍ଥିର କରିଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତୁଳିତ ଡାଇବେଟିସ୍‌ ପାଇଁ ଆପଣାନ୍ତୁ ଏହି ଉପାୟ…

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ଯଦି ଜଟିଳ ଆକାର ଧାରଣ କରେ...

ବିଳମ୍ବରେ ଉଠୁଥିଲେ ଶରୀରରେ ଦେଖାଦିଏ ଏହି ସମସ୍ୟା

ପ୍ରତିଦିନ ଭୋରରୁ ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ହେଲେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ରାତିରେ ଡେରିରେ ଶୋଇଥାନ୍ତି ଓ ସକାଳୁ ବହୁ ବିଳମ୍ବରେ...

ଦୀପରୁ ଦୀପ କାହିଁକି ଲଗାଯାଏ ନାହିଁ…

ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ...

ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ ତ୍ୱଚା କରିବ ଗ୍ଲୋ, ଜାଣନ୍ତୁ ସେ ସମ୍ପର୍କରେ…

ଦିନଯାକର ପରିଶ୍ରମ ପରେ ଥକ୍କାପଣ ଯୋଗୁ ଅନେକେ ରାତିରେ ତ୍ୱଚାର ଠିକ୍‌ରେ ଯତ୍ନ ନ ନେଇ ସେମିତି ଶୋଇପଡ଼ନ୍ତି; ଯଦ୍ଦ୍ବାରା ତ୍ୱଚାର ଚମକ ଧୀରେ ଧୀରେ...

ହିଟ ଓ୍ବେଭ ପାଇଁ ଡ୍ୟାମେଜ ହୋଇପାରେ ଲିଭର-କିଡ୍‌ନୀ

ନୂଆଦିଲ୍ଲୀ: ଆଜିକାଲି ଦିଲ୍ଲୀ-ନୋଏଡା ସମେତ ସମଗ୍ର ଦେଶରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି। ଉତ୍ତାପ ବୃଦ୍ଧି ଯୋଗୁଁ ଉତ୍ତରପ୍ରଦେଶରେ ମଧ୍ୟ ୨ଜଣଙ୍କର ମତ୍ୟୁ ହୋଇଛି। ସୂଚନାଯୋଗ୍ୟ,...

ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ...

ଗ୍ରୀଷ୍ମରେ କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଫିଟ୍‌

”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ...

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri