Posted inଜାତୀୟ

ହାତ ଯୋଡି ଏମିତି ଅପିଲ୍‌ କଲେ ରାଜ୍ୟପାଳ

କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ। ଭାଜପା ଦଳର ବିଧାୟକଙ୍କ ସହ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପରେ ଶୁଭେନ୍ଦୁ ଅଧିକାରୀଙ୍କ ସହ ପ୍ରାୟ ୫୦ ଭାଜପା ନେତା ରାଜ୍ୟପାଳ ଜଗଦୀପ ଧନଖଡଙ୍କୁ ଭେଟି ଏକ ସ୍ମାରକପତ୍ର ଦାଖଲ କରିଥିଲେ। ଏହାପରେ ରାଜ୍ୟପାଳ କହିଛନ୍ତି ଯେ, ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀଙ୍କ ସମେତ ୫୦ ଜଣ ବିଧାୟକ ମୋତେ ଏକ ସ୍ମାରକପତ୍ର ଦେଇଛନ୍ତି ।  ସେଥିରେ ସେମାନେ ପଶ୍ଚିମବଙ୍ଗର ଭୟାବହ ପରିସ୍ଥିତିକୁ ବର୍ଣ୍ଣନା କରିଛନ୍ତି ଏବଂ ମୁଖ୍ୟତଃ ଚାରିଟି ବିଷୟ ପ୍ରତି ଗୁରୁତ୍ୱାରୋପ କରିଛନ୍ତି ।
ରାଜ୍ୟପାଳ ଆହୁରି ମଧ୍ୟ କହିଛନ୍ତି , ମୁଁ ସମସ୍ତଙ୍କୁ ହାତ ଯୋଡି ଅପିଲ୍‌ କରିବାକୁ ଚାହୁଁଛି ଯେ, ଆମକୁ ରକ୍ତ ଭିଜା ବଙ୍ଗଳା ଦରକାର ନାହିଁ। ଏହି ପୃଥିବୀରେ ହିଂସା ପାଇଁ କୌଣସି ସ୍ଥାନ ନାହିଁ। ରାଜ୍ୟରେ ଭୟ ଏତେ ଅଧିକ ଯେ ଗଣତନ୍ତ୍ର ଶେଷ ନିଶ୍ୱାସ ନେଉଛି। ମୁଁ ସରକାରୀ କର୍ମଚାରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି ଯେ ଗଣତନ୍ତ୍ରର ବିକାଶ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ।  ଆଶା କରୁଛି ମୁଖ୍ୟମନ୍ତ୍ରୀ ଆବଶ୍ୟକ ପଦକ୍ଷେପ ନେବେ ଏବଂ ସରକାର ସକାରାତ୍ମକ ଆଭିମୁଖ୍ୟ ଗ୍ରହଣ କରିବେ। ବଙ୍ଗଳାରେ ନିଆଁ ଲାଗିବାକୁ ଆମେ ଅନୁମତି ଦେଇ ପାରିବୁ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri