ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍‌ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍‌ପ୍ଲେ ବୋର୍ଡ ଲଗାଇବାକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ବାର୍ଥ ମାମଲା ଖାରଜ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌.ମୁରଲୀଧର ଏବଂ ବିଚାରପତି କେ. ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଆବେଦନର ଶୁଣାଣି କରି କହିଛନ୍ତି, ହସ୍ପିଟାଲଗୁଡ଼ିକରେ ସିସିଟିଭି ଲଗାଇବା ଦ୍ୱାରା ରୋଗୀଙ୍କ ଗୋପନୀୟତା କ୍ଷୁଣ୍ଣ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ସମସ୍ତ ବିଷୟକୁ ଅନୁଧ୍ୟାନ ନ କରି କେବଳ ଉପର ଠାଉରିଆ ଭାବେ ଏଭଳି ଆବେଦନ କରାଯାଇଛି। ଆବେଦନକାରୀ କିମ୍ବା ତାଙ୍କ ଓକିଲ ମାମଲା ରୁଜୁ କରିବା ପୂର୍ବରୁ ଜଣେ ରୋଗୀଙ୍କ ଗୋପନୀୟତା କ୍ଷୁଣ୍ଣ ସମ୍ପର୍କିତ ବାସ୍ତବ ସ୍ଥିତିକୁ ବିଶ୍ଲେଷଣ କରିନାହାନ୍ତି ବୋଲି ଖଣ୍ଡପୀଠ ଉଲ୍ଲେଖ କରିଛନ୍ତି। ଏପରି କି ଅବସରପ୍ରାପ୍ତ ବିଚାରପତି କେ.ଏସ୍‌. ପୁଟ୍ଟାସ୍ବାମୀ ବନାମ କେନ୍ଦ୍ର ସରକାରଙ୍କ ମାମଲାରେ ଗୋପନୀୟତାର ସାମ୍ବିଧାନିକ ଅଧିକାର ସମ୍ପର୍କରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଆବେଦନକାରୀ ବୁଝିବାକୁ ଚେଷ୍ଟା କରି ନାହାନ୍ତି। କୌଣସି ପ୍ରସଙ୍ଗରେ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ନ କରାଯାଇ ଆବେଦନ କରାଯିବାକୁ ଖଣ୍ଡପୀଠ ନାପସନ୍ଦ କରିଛନ୍ତି। ଜନସ୍ବାର୍ଥ ମାମଲା ସମ୍ବନ୍ଧିତ ଆବେଦନର ବିଚାର କରିବା ନେଇ ସମ୍ବିଧାନର ଧାରା ୨୨୬ରେ ହାଇକୋର୍ଟଙ୍କ ପର୍ଯ୍ୟାପ୍ତ କ୍ଷମତା ରହିଛି। କିନ୍ତୁ ଆବେଦନକାରୀ ଉପଯୁକ୍ତ ତଥ୍ୟ ଏବଂ ଘଟଣାବଳୀକୁ ଉଚିତ ଢଙ୍ଗରେ ଅଦାଲତରେ ଉପସ୍ଥାପନା କରିବା ଆବଶ୍ୟକ। ଅଧିକାଂଶ ସମୟରେ ଆବେଦନକାରୀ କୌଣସି ବିଷୟବସ୍ତୁକୁ ଠିକ୍‌ ଭାବେ ନ ବୁଝି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥାନ୍ତି, ଯାହାକି ସମାଜ ପାଇଁ ଭଲ କରିବା ପରିବର୍ତ୍ତେ କ୍ଷତି ପହଞ୍ଚାଇଥାଏ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ...

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri