ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌; ଜାଣନ୍ତୁ ହେଲା କି ପରିବର୍ତ୍ତନ..

ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍‌ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସଂକ୍ରମଣ ୫% ତଳକୁ ଆସିଛି। ଏଣୁ ଗୁରୁବାର ସକାଳ ୫ଟା ପରଠାରୁ ଲକ୍‌ଡାଉନ୍‌ ଆଂଶିକ ଲାଗୁ ରହିବ। ଜୁଲାଇ ୧ ତାରିଖ ସକାଳ ୫ଟା ଯାଏ ଆଂଶିକ ଲକ୍‌ଡାଉନ୍‌ ବଳବତ୍ତର ରହିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବୁଧବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସଚିବ କହିଛନ୍ତି, ଓଡ଼ିଶାର ଜିଲାକୁ ରାଜ୍ୟ ସରକାର ୨ଟି ଭାଗରେ ବିଭକ୍ତ କରିଛନ୍ତି। ୫% କମ୍‌ ସଂକ୍ରମଣ ଥିବା ପଶ୍ଚିମ, ଦକ୍ଷିଣ ଓଡ଼ିଶା ଜିଲାଗୁଡ଼ିକୁ କାଟାଗୋରୀ ଏରେ ରଖାଯାଇଛି। ଏସବୁ ଜିଲାରେ ସକାଳ ୬ଟାରୁ ସଂଧ୍ୟା ୫ଟା ଯାଏ ଦୋକାନ ଖୋଲାଯାଇପାରିବ। ହେଲେ ମଲ୍‌, ଜିମ୍‌, ସେଲୁନ୍‌, ସ୍ପା ଆଦି ପୂର୍ବପରି ବନ୍ଦ ରହିବ। ଉଠାଦୋକାନୀମାନେ ରାସ୍ତାକଡ଼ରେ ଖାଦ୍ୟ ଜିନିଷ ବିକ୍ରି କରିପାରିବେ। ସେହିଭଳି ଅବିଭକ୍ତ କଟକ, ପୁରୀ, ବାଲେଶ୍ୱର ଆଦି ଜିଲା କାଟାଗୋରୀ ବି’ରେ ଅନ୍ତର୍ଭୁକ୍ତ କରାଯାଇଛି। ଏସବୁ ଜିଲାରେ ସକାଳ ୬ରୁ ଦିନ ୧ଟା ଯାଏ ଦୋକାନ ଖୋଲା ରହିବ। ଏସବୁ ଜିଲାରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବ। ନିର୍ମାଣ ସାମଗ୍ରୀ ଦୋକାନ, ଇଲେକ୍ଟି ଦୋକାନ, ସ୍ବାସ୍ଥ୍ୟସେବା ସମ୍ପର୍କିତ ଦୋକାନ, କୃଷି ଉପକରଣ ଦୋକାନ ଆଦି ଖୋଲା ରହିବ। ଏଥିସହ ଦୁଗ୍ଧ ଚାଷୀଙ୍କ ହିତ ଲାଗି ସାରା ରାଜ୍ୟରେ ମିଠା ଦୋକାନ ମଧ୍ୟ ଖୋଲିପାରିବ। ସକାଳ ୬ଟା ୯ଯାଏ ସାରା ରାଜ୍ୟରେ ମର୍ଣ୍ଣିଂ ଓ୍ବାକ୍‌ ପାଇଁ ଅନୁମତି ରହିବ। ମର୍ଣ୍ଣିଂ ଓ୍ବାକ, ଜଗିଂ, ସାଇକେଲିଂ କରିପାରିବେ, ପାର୍କ ବନ୍ଦ ରହିବେ। ହେଲେ ନାଇଟ୍‌ କର୍ଫ୍ୟୁ ଏବଂ ସପ୍ତାହାନ୍ତ ସଟ୍‌ଡାଉନ୍‌ ପୂର୍ବଭଳି ବଳବତ୍ତର ରହିବ। ବିବାହ, ବ୍ରତଘର ପାଇଁ ଥିବା କଟକଣା ପୂର୍ବଭଳି ରହିବ। ସିନେମାହଲ, ସେଲୁନ ଏବଂ ସ୍ପା ଆଦି ସାରା ରାଜ୍ୟରେ ବନ୍ଦ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ...

ନାବାଳିକା ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା କଲା ପ୍ରେମିକ: ଆଉ ତା’ପରେ…

ନୟାଗଡ଼,୧୫।୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ଜଣକ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା...

ଭାଜପାର ବଡ଼ ଘୋଷଣା: ବୈଜୟନ୍ତଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ ଜନତା ପାର୍ଟି ତାମିଲନାଡୁ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଏବଂ ସହ-ପ୍ରଭାରୀଙ୍କ ନାମ ଘୋଷଣା କରିଛି ଭାଜପା। ବାଣିଜ୍ୟ ଏବଂ...

୨ ସନ୍ତାନ ପରେ ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଏହି ଅଭିନେତା

ଅଭିନେତା ଅର୍ଜୁନ ରାମପାଲ ଶେଷରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଫିଲ୍ମ ‘ଧୁରନ୍ଧର’ର ସଫଳତା ପରେ ସେ ଏକ...

ନବରଙ୍ଗପୁରରେ ବାଘ ଛେଳି ଛକାପଞ୍ଝା: ମନୋହର ରନ୍ଧାରିଙ୍କୁ ଗଣଣଶିକ୍ଷା ମନ୍ତ୍ରୀ କହିଲେ…

ନବରଙ୍ଗପୁର,୧୫।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ -୨୦୨୫ ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ...

ଫ୍ୟାଟ୍‌ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଆମେ ସୁସ୍ଥ ରହିବା ପଛରେ ସୁଷମ ତଥା ଭିଟାମିନଯୁକ୍ତ ଖାଦ୍ୟ ଖାଇବା ଦରକାର। ହେଲେ ଏସବୁ ଖାଦ୍ୟ ସନ୍ତୁଳିତ ରହିବା ନିହାତି ଆବଶ୍ୟକ। ତେବେ ଅସନ୍ତୁଳିତ...

ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍, ୨ ସାଙ୍ଗଙ୍କ ମୃତ୍ୟୁ

ଧର୍ମଗଡ଼,୧୫।୧୨(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri