ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ

ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍‌ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ। ବାହାଘରର ପୂର୍ବରୁ ଉଠିଲା କୋକେଇ। କରୋନା ଛଡ଼ାଇ ନେଲା ଖୁସି। ଘରେ ଏବେ ଶୋକର ଛାୟା। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ଜିଲା ଧାମନଗର ବ୍ଲକ ଅସୁରାଳି ଅଞ୍ଚଳର ନାଥସାହିରେ।
ପ୍ରକାଶ ଯେ, ପ୍ରାଣବନ୍ଧୁ ନାଥଙ୍କ ପୁଅ ଚନ୍ଦ୍ରମଣି (୨୮)ଙ୍କ ଗତ ୧୧ ତାରିଖରେ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା। ଏହାର ୩ ଦିନ ପୂର୍ବରୁ ଲଗ୍ନ ହୋଇଥିଲା। ହେଲେ ପରଦିନ ହଠାତ୍‌ ଜ୍ୱର ହେବାରୁ କରୋନା ଟେଷ୍ଟ କରାଯିବା ପରେ ପଜିଟିଭ୍‌ ଆସିିଥିଲା। ସେଥିପାଇଁ ବିବାହ ଘୁଞ୍ଚାଇ ୧୮ ତାରିଖ ଅର୍ଥାତ୍‌ ଶୁକ୍ରବାରକୁ ଧାର୍ଯ୍ୟ କରିଥିଲେ ଉଭୟ ପରିବାର। ହେଲେ ହଠାତ୍‌ ୧୪ ତାରିଖରେ ଚନ୍ଦ୍ରମଣି ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ପରିବାର ଲୋକ ଘରକୁ ଡାକ୍ତର ଡାକାଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଚନ୍ଦ୍ରମଣିଙ୍କ ଅକ୍ସିଜେନ ଲେବୁଲ କମି ଯାଉଥିବା ଡାକ୍ତର କହିଥିଲେ। ତାଙ୍କୁ ଡାକ୍ତରଖାନା ନେବା ପାଇଁ ପରିବାର ଲୋକେ ପ୍ରସ୍ତୁତ ହେଉଥିବା ବେଳେ ଚନ୍ଦ୍ରମଣିଙ୍କ ମୃତ୍ୟୁ ଘଟିଥିଲା। କରୋନା ଭୟରେ ଶେଷକୃତ୍ୟ ପାଇଁ ଗ୍ରାମବାସୀ କେହି ଆସି ନ ଥିଲେ। ଫଳରେ ସ୍ଥାନୀୟ ସରପଞ୍ଚ ନିମାଇଁ ଚରଣ ନାୟକ, ବ୍ଲକ ପ୍ରଶାସନ ଓ ମେଡ଼ିକାଲ କର୍ମଚାରୀଙ୍କ ସହଯୋଗରେ ଅନ୍ତିମ ସଂସ୍କାର କରାଯାଇଥିଲା। ଏଭଳି ଏକ ଦୁଃଖଦ ଘଟଣା ଅଞ୍ଚଳବାସୀଙ୍କୁ ମ୍ରିୟମାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ...

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର,...

ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟ

କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍‌ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା...

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି।...

ନିର୍ବାଚନ ପୂର୍ବରୁ ଜୋରଧରିଲା ଜଳସେଚନ ସମସ୍ୟା

ପଟ୍ଟାମୁଣ୍ଡାଇ, ୬।୫(କଳ୍ପତରୁ ନାୟକ): ମୁଣ୍ଡ ଉପରେ ୨୦୨୪ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ଭରପୂର...

ଧାନ କୁଇଣ୍ଟାଲ ୩୫୦୦, କୃଷକଙ୍କୁ ୫୦୦୦ ଟଙ୍କା ଭତ୍ତା ଦିଅ, ନବ ନିର୍ମାଣ କୃଷକ ସଙ୍ଗଠନର ଦାବି

ତିର୍ତ୍ତୋଲ, ୬।୫ (ଗୌରାଙ୍ଗ ଚରଣ ସ୍ବାଇଁ): ତିର୍ତ୍ତୋଲ ସରଣୀ ଛକ ନିକଟ ଆନନ୍ଦ ମଣ୍ଡପ ପରିସରରେ ରବିବାର ନବ ନିର୍ମାଣ କୃଷକ ସଙ୍ଗଠନର ଏକ ବୈଠକ...

୪୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ରାଜ୍ୟରେ ଗତ ଏପ୍ରିଲ ୧୫ରୁ ୨୧ଦିନ ଧରି ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ବଲାଙ୍ଗୀର, ନୟାଗଡ଼, ନୂଆପଡ଼ା, ଗଞ୍ଜାମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri