Posted inଜାତୀୟ

‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’

ଭୋପାଳ,୧୮ା୬: ରାଜ୍ୟର ପ୍ରଶାସନିକ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିବା ଯୁବ ଆଇଏଏସ୍‌ ଅଫିସର ଲୋକେଶ କୁମାର ଜାଙ୍ଗିଦ ଶୁକ୍ରବାର ମଧ୍ୟପ୍ରଦେଶରେ ପୋଲିସ ସୁରକ୍ଷା ଦାବି କରିଛନ୍ତି। ୨୦୧୪ ବ୍ୟାଚ୍‌ର ଏହି ଆଇଏଏସ୍‌ ଅଫିସର ମେସେଜିଂ ଆପ ‘ସିଗନାଲ’ରେ ଆଇଏଏସ୍‌ ଅଫିସରଙ୍କ ଗ୍ରୁପ୍‌ରେ ଦୁର୍ନୀତି ଅଭିଯୋଗ ଆଣିଥିଲେ। ଏଥି ନେଇ ତାଙ୍କ ବିରୋଧରେ ରାଜ୍ୟ ସରକାରଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି।

ମଧ୍ୟପ୍ରଦେଶ ଡିଜିପି ବିବେକ ଜୋହରିଙ୍କୁ ପତ୍ର ଲେଖି ସୁରକ୍ଷା ଦାବି କରିଛନ୍ତି ଯୁବ ଆଇଏଏସ୍‌ ଅଫିସର। ଗତ ଗୁରୁବାର ରାତି ପ୍ରାୟ ୧୨ଟାରେ ସିଗନାଲରେ ଜଣେ ଅଜଣା ବ୍ୟକ୍ତି ଫୋନ କରି ଧମକ ଦେଇଥିଲେ। ପୁଅ ଜୀବନ ପ୍ରତି ଲୋଭ ଥିଲେ ୬ ମାସ ପାଇଁ ଛୁଟିରେ ଚାଲିଯାଅ। ଗଣମାଧ୍ୟମ ଆଗରେ ମୁହଁ ଖୋଲିଲେ ତୁମେ ଓ ତୁମ ପରିବାର ବର୍ଗ ବିପଦରେ ପଡ଼ିବେ ବୋଲି ଉକ୍ତ ବ୍ୟକ୍ତି ଧମକ ଦେଇଥିବା ପତ୍ରରେ ଲୋକେଶ ଦର୍ଶାଇଛନ୍ତି। ଭୋପାଳ ପୋଲିସ ଏ ଘଟଣାର ତଦନ୍ତ ଆରମ୍ଭ କରିଦେଇଛି।

ଉଲ୍ଲେଖଯୋଗ୍ୟ, ଦୁର୍ନୀତିକୁ ସହ୍ୟ କରିପାରୁ ନ ଥିବାରୁ ମାତ୍ର ସାଢ଼େ ୪ ବର୍ଷରେ ୯ ଥର ଲୋକେଶଙ୍କୁ ବଦଳି କରାଯାଇଛି। ଏଣୁ ୩ ବର୍ଷ ପାଇଁ ତାଙ୍କ ରାଜ୍ୟ ମହାରାଷ୍ଟ୍ରକୁ ଡେପୁଟେଶନରେ ଯିବାକୁ ସେ ଆବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri