ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ କୋଭିଡ୍‌-୧୯ ଟିକାର ଦୁଇଟି ଡୋଜ୍‌ ନେବା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ବିଭାଗ, ବିଭାଗୀୟ ଉଚ୍ଚ ଓ ଅଧସ୍ତନ କାର୍ଯ୍ୟାଳୟ, ସରକାରୀ ଉଦ୍ୟୋଗଗୁଡ଼ିକରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀଙ୍କୁ ଟିକାର ଦୁଇଟି ଡୋଜ୍‌ ନେବାକୁ ପଡ଼ିବ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି । ସରକାରୀ କର୍ମଚାରୀଙ୍କ ପାଇଁ ଟିକାକରଣ ସକାଶେ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛନ୍ତି। ଜୁନ୍‌ ୧୦ ତାରିଖରୁ ଏହି ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ଏହା ଜୁନ୍‌ ୨୦ ଯାଏ ଚାଲିବ। ଇତିମଧ୍ୟରେ ୬ ହଜାର କର୍ମଚାରୀଙ୍କୁ ପ୍ରଥମ ଡୋଜ୍‌ ଟିକା ଦିଆଯାଇଛି। ଜୁନ୍‌ ୧୭ ତାରିଖରୁ ଦ୍ୱିତୀୟ ଡୋଜ୍‌ ଟିକାକରଣ ଚାଲୁ ରହିଛି। ଏହି ସମୟରେ ସମସ୍ତ କର୍ମଚାରୀ ଦୁଇଟି ଡୋଜ୍‌ ଟିକା ନେବାକୁ କୁହାଯାଇଛି। ସମସ୍ତ କର୍ମଚାରୀ ଯେପରି ଟିକା ନେବେ ସେ ନେଇ ପ୍ରତ୍ୟେକ ବିଭାଗର ନୋଡାଲ ଅଫିସରମାନଙ୍କୁ ନିଶ୍ଚିତ କରିବାକୁ କୁହାଯାଇଛି। କାର୍ଯ୍ୟାଳୟରେ କର୍ମଚାରୀମାନଙ୍କ ପାଇଁ ସୁରକ୍ଷିତ ବାତାବରଣ ସୃଷ୍ଟି କରିବାକୁ ଏଭଳି ପଦକ୍ଷେପ ନିଆଯାଉଥିବା ବିଜ୍ଞପ୍ତିରେ କୁହାଯାଇଛି। ଯଦି କୌଣସି କର୍ମଚାରୀ ସ୍ବାସ୍ଥ୍ୟଗତ କିମ୍ବା ଅନ୍ୟ କୌଣସି କାରଣରୁ ଟିକା ନେଇ ନ ଥିବେ ତେବେ ସେହି କର୍ମଚାରୀମାନଙ୍କୁ ଏହାର ଉପଯୁକ୍ତ କାରଣ ଦର୍ଶାଇବାକୁ ପଡ଼ିବ। ପ୍ରତ୍ୟେକ କର୍ମଚାରୀଙ୍କର କେସ୍‌ ଟୁ କେସ୍‌ ମାମଲାର ଯାଞ୍ଚ କରାଯିବ। ଯଦି କର୍ମଚାରୀମାନେ ଟିକା ନେଇ ନ ଥିବାର ଉପଯୁକ୍ତ କାରଣ ଦର୍ଶାଇପାରିବେ ନାହିଁ ତେବେ ସେମାନଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ଅନୁମତି ଦିଆଯିବ ନାହିଁ । ଏପରି କି ସେମାନଙ୍କର ଅନୁପସ୍ଥିତିକୁ ଇଚ୍ଛାକୃତ ଧରାଯିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri