ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍‌

କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍‌। ଏହି ଡ୍ରୋନ୍‌କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି ଡ୍ରୋନ୍‌ସ ଏବଂ ଖପୁରିଆ ଆଇଟିଆଇ ସହଯୋଗରେ ଏହି ଡ୍ରୋନ ପ୍ରସ୍ତୁତ କରାଯାଇଛି। ଆଇଟିଆଇର ପ୍ରିନି୍ସପାଲ ହୃଷୀକେଶ ମହାନ୍ତି ଦେଇଥିବା ସୂଚନା ଅନୁଯାୟୀ, ଏହି ଡ୍ରୋନ ଘଣ୍ଟା ପ୍ରତି ୩୦ କିଲୋମିଟର ବେଗରେ ଗତି କରିବ । ଏଥିସହ ଥରେ ଚାର୍ଜ କଲେ ଏହା ୩ ଘଣ୍ଟା କାର୍ଯ୍ୟ କରିବ । ଏହି ଡ୍ରୋନ ୫ କିଲୋଗ୍ରାମ ପର୍ଯ୍ୟନ୍ତ ଓଜନ ଉଠାଇ ୧୨୦ରୁ ୧୮୦ ଫୁଟ ଉଚ୍ଚତାରେ ଉଡ଼ିିପାରିବ । ପ୍ରାୟ ୧୦ ଲକ୍ଷ ଟଙ୍କା ଖର୍ଚ୍ଚରେ ୨ମାସ ମଧ୍ୟରେ ଏହାକୁ ପ୍ରସ୍ତୁତ କରାଯାଇଛି। ଏଭଳି ସଫଳତା ଦ୍ୱାରା ଛାତ୍ରୀଛାତ୍ର ଅତ୍ୟାଧୁନିକ ଟେକ୍ନୋଲୋଜି ଓ ଜ୍ଞାନକୌଶଳରେ କାମ କରିବାର ସୁଯୋଗ ପାଇବେ। ସେହିପରି ଆଇଟିଆଇ ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇବା ସହ ଭଲ ସ୍ଥାନରେ ନିଯୁକ୍ତି ମିଳିପାରିବ ବୋଲି ପ୍ରିନ୍ସିପାଲ କହିଛନ୍ତି। ସେହିପରି କଟକସ୍ଥିତ ଆଇଜି ଡ୍ରୋନସର ଅଧିକାରୀ ସମ୍ବିତ ପରିଡ଼ା କହିଛନ୍ତି, ଏହି ଡ୍ରୋନରେ ଦୁଇ ପ୍ରକାର କ୍ୟାମେରା ବ୍ୟବହାର କରାଯାଇଛି। ପ୍ରଥମଟି ୪୮ ମେଗା ପିକ୍ସେଲ ବିଶିଷ୍ଟ ହାଇ ରିଜୋଲ୍ୟୁଶନ ଆର୍‌ଜିବି କ୍ୟାମେରା। ଏଥିରେ ଦିନ ବେଳା ଫଟୋ ଓ ଭିଡିଓ କରିହେବ। ଦ୍ୱିତୀୟଟି ହେଉଛି ଇନଫ୍ରାରେଡ କ୍ୟାମେରା। ଏହାଦ୍ୱାରା ଡ୍ରୋନ ରାତିରେ ସହଜରେ ଉଡିପାରିବା ସହ ଫଟୋ ଓ ଭିଡିଓ କରିପାରିବ। ତେବେ ପ୍ରଥମେ ଏହା ଖଣି ଅଞ୍ଚଳରେ କାର୍ଯ୍ୟ କରିବ ବୋଲି ଯୋଜନା କରାଯାଇଥିଲା। କିନ୍ତୁ ବର୍ତ୍ତମାନ ଏହାକୁ ଉପାନ୍ତ ଅଞ୍ଚଳରେ ଟିକା ଯୋଗାଣ କାର୍ଯ୍ୟରେ ନିୟୋଜିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri