ବିପଦ ଉପରେ ପୁଣି ନୂଆ ବିପଦ: ୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ମାଡ଼ି ଆସୁଥିବା ନେଇ ଏମ୍ସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଆଉ ୬ରୁ ୮ ସପ୍ତାହ ମଧ୍ୟରେ ଦେଶରେ କରୋନା ମହାମାରୀର ତୃତୀୟ ଲହର ଦେଖାଯିବ ବୋଲି ଏମ୍ସ୍‌ର ମୁଖ୍ୟ ଡ. ରଣଦୀପ୍‌ ଗୁଲେରିଆ କହିଛନ୍ତି। ଭାରତରେ କରୋନା ମହାମାରୀର ତୃତୀୟ ଲହର ନିଶ୍ଚିତ ଆସିବ। ଏହାକୁ ଏଡାଇ ଦେଇ ହେବ ନାହିଁ। ଦେଶରେ ଭାକ୍ସିନ୍‌ ଡୋଜ୍‌ ପ୍ରଦାନ କାର୍ଯ୍ୟ ଏକ ଆହ୍ବାନ ହୋଇଥିବାରୁ ସଂକ୍ରମଣକୁ ରୋକିକା ସମ୍ଭବ ହେବ ନାହିଁ ବୋଲି ସେ ଆଶଙ୍କା ପ୍ରକାଶ କରିଛନ୍ତି। ଦେଶରେ ଏବେ ଅନ୍‌ ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଫଳରେ ଲୋକେ ମାର୍ଗଦର୍ଶିକା ପାଳନ ନ କରିବାର ଯଥେଷ୍ଟ ଆଶଙ୍କା ରହିଛି। ଏହା ଯୋଗୁ ତୃତୀୟ ଲହର ଦେଖାଯିବ ବୋଲି ସେ କହିଛନ୍ତି। ଇତିମଧ୍ୟରେ ଦେଶର ୫ ପ୍ରତିଶତ ଜନସଂଖ୍ୟାଙ୍କୁ ଭାକ୍ସିନ୍‌ର ଉଭୟ ଡୋଜ୍‌ ପ୍ରଦାନ କରାଯାଇଛି। ସରକାର ଚଳିତ ବର୍ଷ ଶେଷ ସୁଦ୍ଧା ୧୩୦ କୋଟି ଜନସଂଖ୍ୟାଙ୍କ ମଧ୍ୟରୁ ୧୦୮ କୋଟିଙ୍କୁ ଭାକ୍ସିନ୍‌ ଦେବା ଲାଗି ଯୋଜନା କରିଛନ୍ତି। କରୋନାର ନୂଆ ଲହର ପାଇଁ ୩ ମାସ ସମୟ ଆବଶ୍ୟ। ମାତ୍ର ତୃତୀୟ ଲହର ଏହାଠାରୁ କମ୍‌ ସମୟ ମଧ୍ୟରେ ଆସିବାର ଆଶଙ୍କା ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri