Posted inଜାତୀୟ

ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌…

ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ଭାରତର ଟେଲିକମ୍‌ ସେକ୍ଟର, ସରକାରୀ କ୍ଷେତ୍ର, ପ୍ରତିରକ୍ଷା ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସେକ୍ଟର ଉପରେ ସାଇବର ଆକ୍ରମଣ ଲାଗି ଡ୍ରାଗନ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ କରିଛି। ଚାଇନାର ବ୍ଲୁପ୍ରିଣ୍ଟ୍‌ ତାଲିକାରେ ଏନ୍‌ଟିପିସି ମଧ୍ୟ ରହିଛି। ଏକ ସାଇବର ଇଣ୍ଟେଲଜେନ୍ସ ଏଜେନ୍ସି ପକ୍ଷରୁ କରାଯାଇଥିବା ତଦନ୍ତରୁ ଏ ସମ୍ପର୍କରେ ଜଣାପଡ଼ିଛି। ଆମେରିକାୟ ପକ୍ଷରୁ ପ୍ରକାଶ ପାଇଥିବା ଏସମ୍ପର୍କିତ ରିପୋର୍ଟରେ ମଧ୍ୟ ସାଇବର ଆକ୍ରମଣ ବିଷୟରେ ଉଲ୍ଲେଖ କରାଯାଇଛି। ଭାରତରେ ସାଇବର ଆକ୍ରମଣ ଅଭିଯାନ ଚାଇନାର ସୈନ୍ୟ ବାହିନୀର ଏକ ସ୍ବତନ୍ତ୍ର ଶାଖା ଦ୍ୱାରା କରାଯାଉଛି। ୨୦୨୧ ମାର୍ଚ୍ଚରେ ଏ ସମ୍ପର୍କରେ ଜଣାପଡ଼ିଥିବା ରିପୋର୍ଟରେ ଦର୍ଶାଯାଇଛି। ପୂର୍ବ ଲଦାଖର ଗଲଓ୍ବାନ ଘାଟି ହିଂସା ପରେ ଚାଇନା ପକ୍ଷରୁ ଏଭଳି ଷଡ଼ଯନ୍ତ୍ର ରଚାଯାଇଛି। ୨୦୧୫ରେ ଚାଇନା ସୈନ୍ୟ ବାହିନୀର ପୁନର୍ଗଠନ ପରେ ସାଇବର ଆକ୍ରମଣ ଷଡ଼ଯନ୍ତ୍ର କରାଯାଇଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri