ଦୁଇ କାର୍‌ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର

ଦିଗପହଣ୍ଡି,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ ଦୁର୍ଘଟଣା ଘଟିଛି। ଉଭୟ କାର ରାସ୍ତା କଡ଼କୁ ଓଲଟି ପଡ଼ିବାରୁ କାର୍‌ ମଧ୍ୟରେ ଥିବା ଗଜପତି ଜିଲା ମୋହନା ଥାନା କୁଟିଗୁଡ଼ା ଗ୍ରାମର ଆଶ୍ୱାସନା ନାୟକ ଏବଂ ଅଡବା ଗ୍ରାମର ଆକାଶ ଉଠାଣ ସିଂ ମାଉସୀ, ପୁତୁରା ଆହତ ହୋଇଛନ୍ତି। ଉଭୟଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି। ଆହତ ଆଶ୍ୱାସନାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ବେଳେ ଆକାଶ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡ଼ିଛି। ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରିବାସହ ଦୁର୍ଘଟଣାଗ୍ରସ୍ତ କାର୍‌ ୨ଟିକୁ ଜବତ କରି ମୋକଦ୍ଦମା ରୁଜୁ କରିଛନ୍ତି। କାର୍‌ ନଂ. ଓଏଏଫ୍‌ ୬୩୩୨ ଅଡ଼ବା ଗ୍ରାମରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ କାର୍‌ ନଂ. ଓଆର ୦୨ – ବିଭି ୩୪୩୬ ବ୍ରହ୍ମପୁରରୁ ପୋଡ଼ାମାରୀ ଗ୍ରାମ ଅଭିମୁଖେ ଯାଉଥିବା ବେଳେ ଉଭୟ କାର୍‌ ଓଭରଟେକ କରିବା ସମୟରେ ଏଭଳି ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri