ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ

ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଏହି ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼ ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଉକ୍ତ ୯ ଜିଲାକୁ ପାଣି ପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି।

ଏପରି କି ଜୁନ ୨୦ ତାରିଖରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଅନେକ ଜିଲାରେ ବର୍ଷା ସହିତ ବଜ୍ରପାତ ହେବା ଆଶଙ୍କା ରହିଥିବା ପାଣି ପାଗ ବିଭାଗ ପକ୍ଷରୁ ସତର୍କ କରି ଦିଆଯାଇଛି।

ଶନିବାର ରାୟଗଡ଼ା ଜିଲାରେ ସର୍ବାଧିକ ୩୨.୧ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ସର୍ବନମ୍ନ ୧୭.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri