Posted inଖେଳ

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ହେଲେ ମାଷ୍ଟର ବ୍ଲାଷ୍ଟର…

ନୂଆଦିଲ୍ଲୀ,୨୦।୬: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍‌ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ହୋଇଥିବା ଚୟନ ପ୍ରକ୍ରିୟାରେ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁମାର ସଙ୍ଗାକାରାଙ୍କୁ ପଛରେ ପକାଇ ସଚିତ ଏହି ସମ୍ମାନ ହାସଲ କରିଛନ୍ତି। ଷ୍ଟାର୍‌ ସ୍ପୋଟର୍ସର କମେଣ୍ଟ୍ରି ପ୍ୟାନେଲ୍‌ରେ ଭିଭିଏସ୍‌ ଲକ୍ଷ୍ମଣ, ଇରଫାନ୍‌ ପଠାନ୍‌, ଆକାଶ ଚୋପ୍ରା ପ୍ରମୁଖ କ୍ରିକେଟର ଉପସ୍ଥିତ ଥିଲେ।

ଏହି ଅବସରରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ଲିଟିଲ ମାଷ୍ଟର ସୁନୀଲ ଗାଭାସ୍କର କହିଛନ୍ତି ଯେ, ସଚିନ ଏବଂ ସଙ୍ଗାକାରାଙ୍କ ନାମକୁ ନେଇ କଡ଼ା ଟକ୍କର ହେବା ପରେ ବିଚାରକ ମଣ୍ଡଳୀ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିଥିଲେ। ୨୦୧୩ରେ ସଚିନ କ୍ରିକେଟରୁ ଅବସର ନେବାର ୮ ବର୍ଷ ପରେ ଏହି ସମ୍ମାନ ମିଳିଛିି।

ସଚିନ୍‌ ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ ଶତକ ହାସଲ କରିଛନ୍ତି। ସେଥିମଧ୍ୟରୁ ୫୧ଟି ଟେଷ୍ଟ୍‌ ଶତକ ରହିଛି। ସେହିଭଳି ୪୯ଟି ଏକଦିବସୀୟ ମ୍ୟାଚ୍‌ରେ ଶତକ ହାସଲ କରିଛନ୍ତି। ଦକ୍ଷିଣ ଆଫ୍ରିକାର ଜ୍ୟାକ୍‌ କୋଲିସ୍‌ ୪୫ଟି ଟେଷ୍ଟ୍‌ ଶତକ ହାସଲ କରି ଦ୍ୱିତୀୟ ସ୍ଥାନରେ ଥିବାବେଳେ ସଙ୍ଗାକାରା ୩୮ ଶତକ କରି ଚତୁର୍ଥ ସ୍ଥାନରେ ରହିଛନ୍ତି। ସୂଚନାଯୋଗ୍ୟ, ସଚିନ୍‌ ୧୬ ବର୍ଷ ବୟସରେ ଟେଷ୍ଟ କ୍ରିକେଟରେ ଡେବ୍ୟୁ କରିଥିଲେ। ସେ ୧୭ ବର୍ଷ ୧୦୭ ବୟସରେ ତାଙ୍କର ପ୍ରଥମ ଟେଷ୍ଟ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri