Posted inଖେଳ

ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍‌ ସାଥୀ ଖେଳାଳି କରିଦେଲେ ଫିକା

ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ। କିନ୍ତୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ କୋହଲିଙ୍କର ଆଇପିଏଲ ସାଥୀ କାଇଲ ଜେମିସନ୍‌ ତାଙ୍କ ଏହି ଦିନକୁ ସ୍ମରଣୀୟ କରିବାକୁ ଦେଇନାହାନ୍ତି। କୋହଲି ୪୪ ରନ ସ୍କୋର କରିବା ପରେ ମ୍ୟାଚ୍‌ର ତୃତୀୟ ଦିନରେ ଆଉଟ୍‌ ହୋଇଥିଲେ। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯାଉଥିବା ଅନ୍ତିମ ମ୍ୟାଚର ତୃତୀୟ ଦିନରେ ରବିବାର ଓଦା ଗ୍ରାଉଣ୍ଡ ହେତୁ ଖେଳ ଅଧ ଘଣ୍ଟା ବିଳମ୍ବରେ ଆରମ୍ଭ ହୋଇଥିଲା। ବର୍ଷା ହେତୁ ପ୍ରଥମ ଦିନରେ ଖେଳ ଖେଳାଯାଇ ପାରି ନଥିଲା। ଦ୍ୱିତୀୟ ଦିନର ଖେଳ ଶେଷରେ ବିରାଟ କୋହଲି ୪୪ରେ ଅପରାଜିତ ରହିଥିଲେ। ତୃତୀୟ ଦିନରେ ସେ ନିଜ ଇନିଂସରେ ଗୋଟିଏ ରନ ମଧ୍ୟ ଯୋଡିପାରି ନ ଥିଲେ। ତାଙ୍କୁ କାଇଲ ଜେମସନ ଆଉଟ୍‌ କରିଥିଲେ। ବିରାଟ କୋହଲିଙ୍କ ଦଳ ଆରସିବିରୁ କାଇଲ ଜେମିସନ୍‌ ଆଇପିଏଲରେ ଖେଳନ୍ତି।
ବିରାଟ କୋହଲିଙ୍କ ଟେଷ୍ଟ କ୍ୟାରିୟର ବିଷୟରେ କହିବାକୁ ଗଲେ ସେ ୯୨ଟି ଟେଷ୍ଟର ୧୫୪ ଇନିଂସରେ ୭୫୩୪ ରନ ସଂଗ୍ରହ କରିଛନ୍ତି। ୨୭ ଶତକ ଏବଂ ୨୫ଟି ଅର୍ଦ୍ଧଶତକ ହାସଲ କରିଛନ୍ତି। ଅର୍ଥାତ୍‌ ଟେଷ୍ଟରେ ତାଙ୍କର ଅର୍ଦ୍ଧଶତକରୁ ଅଧିକ ଶତକ ଅଛି। ଅଧିନାୟକ ଭାବେ କୋହଲି ଭାରତ ପାଇଁ ସର୍ବାଧିକ ରନ ସ୍କୋରର। ମୋଟ ଉପରେ ସେ ବିଶ୍ୱର ଚତୁର୍ଥ ସ୍ଥାନରେ ଅଛନ୍ତି। କୋହଲି ହାରାହାରି ୫୯ରେ ଅଧିନାୟକ ଭାବରେ ୯୯ ଇନିଂସରେ ୫୪୩୬ ରନ ସଂଗ୍ରହ କରିଛନ୍ତି। ସେ ୨୦ ଶତକ ଏବଂ ୧୫ ଅର୍ଦ୍ଧଶତକ ହାସଲ କରିଛନ୍ତି। ମହେନ୍ଦ୍ର ସିଂ ଧୋନୀ ୩୪୫୪ ରନ ସହ ଭାରତୀୟ ଅଧିନାୟକ ଭାବରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri