Posted inଖେଳ

ଫେଲ୍‌ ମାରିଲା ତାରକା ଖଚିତ ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନଅଫ୍‌

ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଫେଲ୍‌ ମାରିଛି ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନ୍‌ଅଫ୍‌। ଦଳରେ ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି, ଅଜିଙ୍କ୍ୟ ରାହାନେ, ରିଷଭ ପନ୍ତଙ୍କ ଭଳି ଅନେକ ତାରକା ଖେଳାଳିଙ୍କ ଉପସ୍ଥିତି ସତ୍ତ୍ୱେ ମାତ୍ର ୨୧୭ ରନ୍‌ରେ ଅଟକି ଯାଇଛି ଭାରତୀୟ ଦଳ। ଏହାର ମୁଖ୍ୟ କାରଣ ସାଜିଥିଲେ କାଇଲ ଜେମିସନ। ସେ ୫ ଉଇକେଟ ନେଇଥିଲେ। ତାଙ୍କୁ ଉପଯୁକ୍ତ ସହାୟତା ଦେଇଥିଲେ ନେଲ ଓ୍ବାଗନର (୨) ଓ ଟ୍ରେଣ୍ଟ ବୋଲ୍ଟ (୨)।

ପୂର୍ବଦିନର ସ୍କୋର (୧୪୬/୩)ରୁ ବ୍ୟାଟିଂ ଆରମ୍ଭ କରିଥିବା ଭାରତୀୟ ଦଳ ମାତ୍ର ୭୧ ରନ୍‌ରେ ବଳକା ୭ ଉଇକେଟ ହରାଇ ୨୧୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ତୃତୀୟ ଦିନ ଆରମ୍ଭରୁ ନ୍ୟୁଜିଲାଣ୍ଡ ବୋଲରଙ୍କୁ ସୁଇଙ୍ଗ୍‌ ମିଳିଥିଲା, ଯାହାକି ପାଲଟିଥିଲା ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ପାଇଁ କାଳ। ଅଧିନାୟକ କୋହଲି (୪୪), ପନ୍ତ (୪), ରାହାନେ (୪୯), ରବିଚନ୍ଦ୍ରନ ଅଶ୍ୱିନ (୨୨) ଓ ରବୀନ୍ଦ୍ର ଜାଡେଜା (୧୫) ଫେଲ୍‌ ମାରିଥିଲେ। ଫଳରେ ୯୨.୧ ଓଭରରେ ଭାରତ ୨୧୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri