ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ ଅନୁଷ୍ଠିତ ହୋଇଛି। ଇତିମଧ୍ୟରେ ଦିଲ୍ଲୀରୁ ଜଣେ ସାଢ଼େ ୩ବର୍ଷର ଶିଶୁକନ୍ୟାଙ୍କ ଯୋଗର ଏକ ଭିଡିଓ ସାମ୍ନାକୁ ଆସିଛି। ତାଙ୍କ ଯୋଗାସନକୁ ଦେଖିଲେ ଯେକେହିବି ଆଶ୍ଚର୍ଯ୍ୟ ହୋଇଯିବ। ଦିଲ୍ଲୀ-ପଶ୍ଚିମ ବିହାରରେ ରହୁଥିବା ସାଢ଼େ ୩ବର୍ଷର ବାନ୍ୟା ଶର୍ମା ସବୁଠାରୁ ଅଧିକ ଆସନ କରି ଚଳିତ ବର୍ଷ ଅର୍ଥାତ୍‌ ୨୦୨୧ ଜୁନ ୭ରେ ‘ଏସିଆ ବୁକ୍‌ ଅଫ୍‌ ରେକର୍ଡ’ ଓ ‘ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ’ରେ ନିଜର ନାମ ପଞ୍ଜିକରଣ କରାଇଛନ୍ତି।

ବାନ୍ୟା ୨୧ଟି ଆସନ କରି ‘ଏସିଆ ବୁକ୍‌ ଅଫ୍‌ ରେକର୍ଡ’ ଓ ୧୪ଟି ଆସନ କରି ‘ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ’ର ଟାଇଟଲ୍‌ ହାତେଇଛନ୍ତି। ବାନ୍ୟାଙ୍କ ପିତା ହେମନ୍ତ ଶର୍ମା ଜଣେ ଯୋଗଗୁରୁ। ବାନ୍ୟା ଏହି ରେକର୍ଡ ୩ବର୍ଷ ୪ମାସ ୨୯ ଦିନରେ କରିଦେଖାଇଛନ୍ତି। ଟାଇଟଲ୍‌ ଜିତିବା ପରେ ସମସ୍ତଙ୍କୁ ଯୋଗ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଘରେ ରହି ଯୋଗ କର ଏବଂ କରୋନାରୁ ସୁସ୍ଥ ରୁହ ବୋଲି ସେ କହିଛନ୍ତି। ବାନ୍ୟାଙ୍କ ଏହି ଯୋଗାସନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri