Posted inଖେଳ

ରାଣୀ ଅଧିନାୟିକା, ଦୀପ୍‌ଗ୍ରେସ୍‌ ଓ ସବିତା ଉପଅଧିନାୟିକା

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର ଦୀପ୍‌ଗ୍ରେସ୍‌ ଏକ୍କା ଓ ହରିୟାଣାର ସବିତା ପୁନିଆଙ୍କୁ ଉପଅଧିନାୟିକା ଭାବେ ମନୋନୀତ କରାଯାଇଛି। ଟୋକିଓ ଗେମ୍ସ ପାଇଁ ଗତ ସପ୍ତାହରେ ଏକ ୧୬ ଜଣିଆ ଦଳ ଘୋଷଣା କରାଯାଇଥିଲା। ରାଣୀ ଦଳର ନେତୃତ୍ୱ ନେବେ ବୋଲି ଯଦିଓ ନିଶ୍ଚିତ ଥିଲା,କିନ୍ତୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇ ନ ଥିଲା। ରାଣୀଙ୍କ ବଳିଷ୍ଠ ନେତୃତ୍ୱରେ ଭାରତୀୟ ମହିଳା ହକି ଦଳ ଗତ କିଛିବର୍ଷ ହେଲା ଉଲ୍ଲେଖନୀୟ ସଫଳତା ହାସଲ କରି ଆସୁଛି। ତନ୍ମଧ୍ୟରେ ୨୦୧୭ରେ ଏସିଆ କପ୍‌ ହାସଲ ଅନ୍ୟତମ। ତାଙ୍କ ଅଧିନାୟକତ୍ୱରେ ଭାରତ ୨୦୧୮ ଏସିଆନ ଗେମ୍ସ ଓ ୨୦୧୮ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ଜିତିପାରିଛି। ୨୦୧୯ରେ ଏଫ୍‌ଆଇଏଚ୍‌ ସିରିଜ୍‌ ଫାଇନାଲ ମଧ୍ୟ ଜିତିପାରିଛି। ଭାରତ ଆହୁରି ମଧ୍ୟ ରାଣୀଙ୍କ ନେତୃତ୍ୱରେ ଲଣ୍ଡନରେ ଅନୁଷ୍ଠିତ ୨୦୧୮ ଏଫ୍‌ଆଇଏଚ୍‌ ମହିଳା ବିଶ୍ୱକପ୍‌ରେ ପ୍ରଥମ ଥର କ୍ୱାର୍ଟରଫାଇନାଲରେ ପ୍ରବେଶ କରିପାରିଥିଲା। ଅଲିମ୍ପିକ ଗେମ୍‌ ପାଇଁ ରାଣୀଙ୍କୁ ଅଧିନାୟକ ଭାବେ ମନୋନୀତ କରାଯାଇଥିବାରୁ ମୁଖ୍ୟ କୋଚ୍‌ ଜୋର୍ଡ ମାରିଜନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦୀପ୍‌ଗ୍ରେସ୍‌ ଏକ୍କା ଓ ସବିତାଙ୍କୁ ମଧ୍ୟ ସେ ଶୁଭେଚ୍ଛା ଜଣାଇଛନ୍ତି। ଏହି ୩ଜଣ ଦୀର୍ଘଦିନ ଧରି ଲିଡରଶିପ୍‌ ଗ୍ରୁପ୍‌ର ଅଂଶବିଶେଷ ରହି ଆସିଛନ୍ତି। ନିଜ ଦାୟିତ୍ୱ ତୁଲାଇବା ସହ କୋର୍‌ ଗ୍ରୁପ୍‌ରେ ବହୁ ୟଙ୍ଗଷ୍ଟାରଙ୍କୁ ଦିଗ୍‌ଦର୍ଶନ ଦେଇ ଆସିଛନ୍ତି। ଦୁଇଜଣଙ୍କୁ ଉପଅଧିନାୟକ କରାଯିବା ଯଥାର୍ଥ ବୋଲି ସେ କହିଛନ୍ତି। ଏହା ଦ୍ୱାରା ଭବିଷ୍ୟତ ପାଇଁ କୋର୍‌ ରିଜର୍ଭ ଗ୍ରୁପ୍‌ ଅଧିକ ଶକ୍ତିଶାଳୀ ହୋଇପାରିବ। ଟୋକିଓ ଗେମ୍ସରେ ଆମେ ବଡ଼ ସଫଳତା ହାସଲ କରିବା ଲାଗି ଲକ୍ଷ୍ୟ ରଖିଛୁ। ତେଣୁ ଏହି ୩ଜଣଙ୍କ ଭୂମିକା ଓ ଅଭିଜ୍ଞତା ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri