ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଛି। ଅପରପକ୍ଷରେ ନୂଆ ଡେଲ୍ଡା ପ୍ଲସ୍‌ ଭାରିଆଣ୍ଟ୍‌କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏବେ ଦେଶରେ ନୂଆ ବିପଦ ମାଡ଼ିଆସୁଛି। କରୋନା ଭୂତାଣୁର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ସଂକ୍ରମଣ ଦେଶରେ ଆରମ୍ଭ ହୋଇସାରିଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅର୍ଥାତ୍‌ ବି-୧-୬୧୭-୨-୧ କରୋନା ଭାକ୍ସିନ୍‌କୁ ପ୍ରଭାବହୀନ କରିବା ସହିତ ଶରୀରର ରୋଗପ୍ରତିରୋଧକ ଶକ୍ତିକୁ ସହଜରେ ପରାସ୍ତ କରିବ ବୋଲି ବିଶେଷଜ୍ଞ ମତପୋଷଣ କରିବା ସହିତ ସତର୍କ ସୂଚନା ଜାରି କରିଛନ୍ତି। ଦେଶରେ ମହାରାଷ୍ଟ୍ର, କେରଳ ଏବଂ ମଧ୍ୟପ୍ରଦେଶ ଆଦି ୩ ରାଜ୍ୟରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ରରେ ୨୧ ଜଣଙ୍କଠାରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଚିହ୍ନଟ ହୋଇଥିବାବେଳେ କେରଳରେ ୩ ଜଣ ଏବଂ ମଧ୍ୟପ୍ରଦେଶରେ ୫ ଜଣ ଏହାଯୋଗୁ ଆକ୍ରାନ୍ତ ହୋଇଛନ୍ତି। ମହାରାଷ୍ଟ୍ରର ଜଲଗାଓଁରେ ୯ଜଣ, ମୁମ୍ବାଇରେ ୭ ଜଣ, ସିନ୍ଧୁଦୁର୍ଗ, ଥାଣେ ଏବଂ ପାଲଘର ଆଦି ଜିଲାରେ ଜଣେ ଜଣେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। କେରଳର ପାଲକ୍କଡ୍‌ ଜିଲାରେ ୨ ଜଣ ଏବଂ ପାଥାନାମିଥିଟ୍ଟା ଜିଲାରେ ଜଣେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମଧ୍ୟପ୍ରଦେଶର ଭୋପାଳରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ର ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ ତୁଳନାରେ ଅଧିକ ବେଗରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଥିବା ବିଶେଷଜ୍ଞମାନେ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା...

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି ।...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri