ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର ମନା କରିଦେଇଛନ୍ତି। ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ପକ୍ଷରୁ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାୟନ ନେଇ ଆପତ୍ତିକୁ ମଧ୍ୟ ଖାରଜ କରିଦେଇଛନ୍ତି। ଉଭୟ ସରକାର ଓ ବୋର୍ଡ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ଥିବାରୁ ପରୀକ୍ଷା ରଦ୍ଦ ନିଷ୍ପତ୍ତି ନିଆଯାଇଥିବା ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଛନ୍ତି।
କୋଭିଡ୍‌ ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବା ବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ପଦ୍ଧତିକୁ ନେଇ କେତେଜଣ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତା ବ୍ୟକ୍ତ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଦ୍ୱାଦଶ ଶ୍ରେଣୀ ଫଳାଫଳ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇ ଯୋଜନାରେ ରହିଥିବା ଅଧିକାଂଶ ଅନୁଚ୍ଛେଦ ଏକତରଫା ହୋଇଥିତ୍ବାରୁ ପିଲାଙ୍କ ଭବିଷ୍ୟତ ପାଇଁ କ୍ଷତିକାରକ ହୋଇପାରେ ବୋଲି ସେମାନେ ଅଭିଯୋଗ ଆଣିଥିଲେ। କେତେକ ପିଟିଶନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଥିବାବେଳେ ଅନ୍ୟ ଆବେଦନଗୁଡ଼ିକରେ ଉଭୟ ବୋର୍ଡର ମୂଲ୍ୟାୟନ ସୂତ୍ରକୁ ବିରୋଧ କରାଯାଇଥିଲା। ଜଷ୍ଟିସ୍‌ ଏ.ଏମ୍‌. ଖାନ୍‌ଓ୍ବିଲିକର ଏବଂ ଦୀନେଶ ମାହେଶ୍ୱରୀଙ୍କୁ ନେଇ ଗଠିତ ସ୍ବତନ୍ତ୍ର ଖଣ୍ଡପୀଠ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ପିଟିଶନ ଉପରେ ସୋମବାର ଶୁଣାଣି କରି ଉଭୟ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇ ବୋର୍ଡକୁ ମଙ୍ଗଳବାର ସୁଦ୍ଧା ଜବାବ ଦାଖଲ ପାଇଁ କହିଥିଲେ। ଏହି ମାମଲାରେ ବିଚାରାଧୀନ ସମସ୍ତ ପିଟିଶନର ଶୁଣାଣି ମଙ୍ଗଳବାର ହୋଇଛି। ଶିକ୍ଷା ବୋର୍ଡର ପ୍ରସ୍ତାବକୁ ଉଚିତ ଓ ଯୁକ୍ତିଯୁକ୍ତ ବୋଲି ଗଠିତ ସ୍ବତନ୍ତ୍ର ଖଣ୍ଡପୀଠ କହିଛନ୍ତି। ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇର ମୂଲ୍ୟାୟନ ସୂତ୍ରକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ଅର୍ଥାତ୍‌ ପୂର୍ବ ନିର୍ଦ୍ଧାରିତ ପଦ୍ଧତି ଅନୁଯାୟୀ ଦ୍ୱାଦଶ ମୂଲ୍ୟାୟନ କରାଯିବ। ସିବିଏସ୍‌ଇ କମ୍ପାର୍ଟମେଣ୍ଟ ପରୀକ୍ଷା ୨୦୨୧ ରଦ୍ଦ କରିବା ପାଇଁ ହୋଇଥିବା ଆବେଦନ ଉପରେ ମଧ୍ୟ ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ଶୁଣାଣି କରିଛନ୍ତି। ୧,୧୫୨ ଜଣ ଛାତ୍ରୀଛାତ୍ର ସୁପ୍ରିମକୋର୍ଟରେ ପିଟିଶନ ଦାୟର କରି ଦର୍ଶାଇଥିଲେ ଯେ, ସିବିଏସ୍‌ଇ ନିୟମିତ ଛାତ୍ରୀଛାତ୍ରଙ୍କ ପାଇଁ ସ୍ଥିର କରିଥିବା ମୂଲ୍ୟାୟନ ସୂତ୍ର ଆଧାରରେ କମ୍ପାର୍ଟମେଣ୍ଟ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ କରୁ। ଏନେଇ ସିବିଏସ୍‌ଇକୁ ନିର୍ଦ୍ଦେଶ ଦେବା ପାଇଁ କମ୍ପାର୍ଟମେଣ୍ଟ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ର ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଏହି ଆବେଦନ ଉପରେ ଶୁଣାଣି କରି ସୁପ୍ରିମକୋର୍ଟ ଏଭଳି ନିର୍ଦ୍ଦେଶ ଦେବାକୁ ସ୍ପଷ୍ଟ ଭାବେ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri