ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା ଲାଗି ବିଭିନ୍ନ କମ୍ପାନୀ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ଯେଉଁମାନେ କୋଭିଡ୍‌ ଟିକାର ଡବଲ ଡୋଜ୍‌ ନେଇଛନ୍ତି, ସେମାନଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ ମୂଳ ଭଡ଼ାରେ ୧୦ ପ୍ରତିଶତ ରିହାତି ଦେବ ବୋଲି କହିଛି। ସେହିପରି ଫାଷ୍ଟଫୁଡ୍‌ କମ୍ପାନୀ ମାକ୍‌ଡୋନାଲ୍ଡର ଭାରତୀୟ ଶାଖା ମିଲ୍‌ ଉପରେ ୨୦% ରିହାତି ଦେଉଛି। ହୋମ୍‌ ଆପ୍ଲିଆନ୍ସ ନିର୍ମାତା ଗଡ୍‌ରେଜ ଟିକା ନେଇଥିବା ଗ୍ରାହକମାନଙ୍କୁ ଏହାର ଉତ୍ପାଦ ଉପରେ ଅଧିକ ଓ୍ବାରେଣ୍ଟି ଦେଉଛି। ଏଥିପାଇଁ ଗ୍ରାହକଙ୍କୁ ଟିକା ସାର୍ଟିଫିକେଟ ଦେଖାଇବାକୁ ହେବ। ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅନୂ୍ୟନ ଗୋଟିଏ ଡୋଜ୍‌ ଟିକା ନେଇଥିବା ଏହାର ଗ୍ରାହକମାନଙ୍କୁ ଜମାରାଶି ଉପରେ ଅଧିକ ସୁଧ ଦେଉଛି। ଏହା ସତ୍ତ୍ୱେ ଭାରତରେ ଟିକାଦାନ ହାର ଯଥେଷ୍ଟ କମ୍‌ ରହିଛି। ବର୍ତ୍ତମାନ ସୁଦ୍ଧା ମାତ୍ର ୨୯ କୋଟିରୁ ସାମାନ୍ୟ ଅଧିକ ଡୋଜ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡା ପ୍ରଧାନମନ୍ତ୍ରୀଙ୍କୁ ଚେତାବାନୀ ଦେଲେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ/କଟକ,୫।୫: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଜଷ୍ଟିନ ଟ୍ରୁଡୋଙ୍କ ନେତୃତ୍ୱାଧୀନ କାନାଡା ସରକାରଙ୍କୁ ସମାଲୋଚନା କରିଛନ୍ତି। ସଂଗଠିତ ଅପରାଧ ସହ ଜଡିତ ଲୋକଙ୍କୁ କାନାଡା...

ରାହୁଲଙ୍କୁ ପାକିସ୍ତାନ ନେତା ପ୍ରଶଂସା କରିବା ଚିନ୍ତାଜନକ, କଂଗ୍ରେସରୁ ସ୍ପଷ୍ଟିକରଣ ମାଗିଲେ ରାଜନାଥ

ନୂଆଦିଲ୍ଲୀଳ,୫।୫: ଯେତେବେଳେ ଜଣେ ପାକିସ୍ତାନୀ ନେତା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଥିଲେ ସେତେବେଳେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରଶ୍ନ ଉଠାଇଥିଲେ।...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

ମୋଦି ସରକାରଙ୍କ ଉଦ୍ଦେଶ୍ୟ ଉପରେ ପ୍ରଶ୍ନ ଉଠାଇଲେ ପପୁ ଯାଦବ

ନୂଆଦିଲ୍ଲୀ,୫।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ଆତଙ୍କବାଦୀ ଆକ୍ରମଣକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହି ଆତଙ୍କବାଦୀ ଆକ୍ରମଣ...

ଆମେଠି ପ୍ରାର୍ଥୀ କେ.ଏଲ ଶର୍ମାଙ୍କ ବିସ୍ପୋରକ ବୟାନ, ଗାନ୍ଧୀ ପରିବାର ପାଖରେ କରୁନି ଚାକିରି

ନୂଆଦିଲ୍ଲୀ,୫।୫: ଆମେଠିରୁ କଂଗ୍ରେସ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ମିଳିବା ପରେ ସେ ଏକ ବିସ୍ପୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି,...

ଆମେଠିରୁ ଟିକେଟ୍‌ ନ ମିଳିବାରୁ ଏମିତି ପୋଷ୍ଟ କଲେ ରର୍ବଟ ଭଦ୍ରା, କହିଲେ ରାଜନୀତିର କୌଣସି ଶକ୍ତି…

ନୂଆଦିଲ୍ଲୀ,୫।୫: କଂଗ୍ରେସ ଆମେଠି ଓ ରାଏବରେଲିରୁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ନାମାଙ୍କନ ଦାଖଲ କରିଥିବାବେଳେ କେ.ଏଲ ଶର୍ମା ଆମେଠି ଲୋକ ସଭା...

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା...

ବଲିଉଡ୍‌ ପ୍ରଭାବରେ ଦେଶର ନିର୍ବାଚନ

ନୂଆଦିଲ୍ଲୀ,୫ା୫: ଭାରତୀୟ ହିନ୍ଦୀ ସିନେମା ଶିଳ୍ପ ନିକଟ ଅତୀତରେ ଅନେକ ଚଳଚ୍ଚିତ୍ର ନିର୍ମାଣ କରିଛି, ଯେଉଁଥିରେ ନିର୍ବାଚନକୁ ପ୍ରଭାବିତ କଲା ଭଳି ଜାତୀୟତାବାଦ, ଇସ୍‌ଲାମ ବିରୋଧୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri