Posted inଖେଳ

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର ସମୀକ୍ଷା ପରେ ସଠିକ୍‌ ଲୋକଙ୍କୁ ଅଣାଯିବ। ସେମାନେ ଭଲ ପଦର୍ଶନ ସହ ମାନସିକତା ମଧ୍ୟ ରଖିଥିବେ।

କୋହଲି କହିଛନ୍ତି, ଆମେ ଏକ ବର୍ଷ ପର୍ଯ୍ୟନ୍ତ ଅପେକ୍ଷା କରିବୁ ନାହିଁ। ଆମର ସୀମିତ ଓଭର ଦଳକୁ ଦେଖିଲେ ଗଭୀରତା ଜଣାପଡ଼ିବ। କାରଣ ଖେଳାଳିମାନେ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ଅଛନ୍ତି। ଟେଷ୍ଟ କ୍ରିକେଟରେ ମଧ୍ୟ ତାହା ଆବଶ୍ୟକ। ଆମକୁ ପୁଣିଥରେ ସମୀକ୍ଷା ଏବଂ ଯୋଜନା କରିବାକୁ ହେବ। ଦଳପାଇଁ କ’ଣ ପ୍ରଭାବଶାଳୀ ରହିବ ଏବଂ କିଭଳି ନିର୍ଭୟରେ ଖେଳିବା ସେ ନେଇ ମଧ୍ୟ ସମୀକ୍ଷା ହେବ।

ଏହାଛଡ଼ା ଖେଳରେ ଆମର ପ୍ରଦର୍ଶନକୁ ଲଗାତାର ଭାବରେ ଉନ୍ନତ କରିବା ଜରୁରୀ। ଲଗାତାର ଅନେକ ବର୍ଷ ଧରି ଏକ ନମ୍ବର ଦଳ ଥାଆନ୍ତି ତେବେ ହଠାତ ଆପଣଙ୍କ ସ୍ତର ତଳକୁ ଖସିବା ଠିକ୍‌ ନୁହେଁ। ଏହା ଉପରେ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ବୋଲି ସେ ମଧ୍ୟ କହିଛନ୍ତି।

ପ୍ରକାଶ ଯେ, ସିନିୟର ବ୍ୟାଟ୍ସମ୍ୟାନ୍‌ ଚେତେଶ୍ୱର ପୂଜାରା ଫାଇନାଲର ପ୍ରଥମ ସେସନରେ ୫୪ ବଲରେ ୮ ରନ୍‌ କରିଥିବା ବେଳେ ପ୍ରଥମ ରନ୍‌ ପାଇଁ ୩୫ ବଲ୍‌ ଖେଲିଥିଲେ। ସେହିଭଳି ଦ୍ୱିତୀୟ ପାଳିରେ ୮୦ ବଲ୍‌ରେ ୧୫ ରନ୍‌ କରିଥିଲେ। ଏବେ କୋହଲିଙ୍କ ପ୍ରତିକ୍ରିୟା ପରେ କିଛି ବରିଷ୍ଠ ଖେଳାଳିଙ୍କୁ ସମୟ ଦିଆଯିବ ଏବଂ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଭଲ ପ୍ରଦର୍ଶନ କରି ନିଜ ସ୍ଥାନ ବଞ୍ଚାଇପାରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri