ଗୋଟିଏ କୋଠରିରେ ୧୫୦ କର୍ମଚାରୀ

ପାଲଲହଡା,୨୫ା୬(ଡି.ଏନ.ଏ.)
ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍‌ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ ବଳବତ୍ତର ରହିଛି। ଏପରି କି ବିବାହ ଉତ୍ସବରେ ମଧ୍ୟ ୨୫ରୁ ଅଧିକ ଲୋକଙ୍କୁ ସାମିଲ ପାଇଁ ଅନୁମତି ନାହିଁ। ହେଲେ ପାଲଲହଡ଼ା ଉପଖଣ୍ଡ ସଦରମହକୁମାସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ଭୋଟ ଗଣତି କେନ୍ଦ୍ରର ଗୋଟିଏ କୋଠରିରେ ଗୁରୁବାର ୧୫୦ରୁ ଊର୍ଦ୍ଧ୍ୱ ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ବିନା ସାମାଜିକ ଦୂରତ୍ୱରେ ବସାଯାଇଛି। ସଚେତନତା ଉଦ୍ଦେଶ୍ୟରେ ଡକାଯାଇଥିଲେ ମଧ୍ୟ ବିଧାୟକ ଓ ବ୍ଲକ ଅଧ୍ୟକ୍ଷ ଏହାକୁ ଦଳୀୟ କାର୍ଯ୍ୟକ୍ରମରେ ପରିଣତ କରିଥିବା ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, ପାଲଲହଡା ବ୍ଲକ ଅଧ୍ୟକ୍ଷ ନବକିଶୋର ନାୟକଙ୍କ ଦ୍ୱାରା ବ୍ଲକର ସମସ୍ତ ଅଙ୍ଗନଓ୍ବାଡି ଏବଂ ଆଶାକର୍ମୀଙ୍କୁ ଛତା, ମାସ୍କ ଏବଂ ସାନିଟାଇଜର ବଣ୍ଟନ ନିମନ୍ତେ କାର୍ଯ୍ୟକ୍ରମ ରଖାଯାଇଥିଲା। ଏଥିପାଇଁ ପ୍ରଶାସନଠାରୁ ଅନୁମତି ଅଣାଯିବା ସହ ମୁଖ୍ୟଅତିଥି ଭାବେ ବିଧାୟକ ମୁକେଶ କୁମାର ପାଲଙ୍କୁ ଡକାଯାଇଥିଲା। ନିଜେ ଅଧ୍ୟକ୍ଷ, ବିଧାୟକଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ କରାଯାଇଥିଲେ ବି କୋଭିଡ୍‌ କଟକଣାର ଖୋଲା ଉଲ୍ଲଂଘନ ଦେଖିବାକୁ ମିଳିଥିଲା। ଏତେ ସଂଖ୍ୟକ କର୍ମଚାରୀଙ୍କୁ ଗୋଟିଏ କୋଠରିରେ ବସାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ଯେପରି ସାମାଜିକ ଦୂରତ୍ୱ ରଖାଯାଇପାରିବ ସେ ନେଇ କୌଣସି ବ୍ୟବସ୍ଥା କରାଯାଇ ନ ଥିଲା। ଏଥିସହ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ବିଜୁ ଜନତା ଦଳ ଲେଖାଥିବା ଏବଂ ଶଙ୍ଖ ଚିହ୍ନ ଥିବା ଛତା ଓ ମାସ୍କ ବଣ୍ଟନ କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣାକୁ ଭାଜପା ପକ୍ଷରୁ ନିନ୍ଦା କରାଯିବା ସହ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ କୁମାର ମହାନ୍ତି ପ୍ରକାଶ କରିଛନ୍ତି। ଅପରପକ୍ଷରେ ଏପରି ଅଭିଯୋଗକୁ ବ୍ଲକ ଅଧ୍ୟକ୍ଷ ନାୟକ ଖଣ୍ଡନ କରିଛନ୍ତି। ବିଧାୟକଙ୍କ ଫୋନ ଲାଗୁ ନ ଥିବାବେଳେ ଉପଜିଲାପାଳ ଅଜିତ କୁମାର ପ୍ରଧାନ କହିଛନ୍ତି, ଯେହେତୁ କୋଭିଡ ଯୋଦ୍ଧାଙ୍କୁ ମାସ୍କ, ସାନିଟାଇଜର ବଣ୍ଟନ କରାଯିବ ବୋଲି କୁହାଯାଇଥିଲା, ତେଣୁ ମାନବିକତା ଦୃଷ୍ଟିକୋଣରୁ ଅନୁମତି ଦିଆଯାଇଥିଲା। କଟକଣା ଉଲ୍ଲଂଘନ ହୋଇଥିଲେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri