୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…

ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ ଶ୍ରେଣୀରେ ବସିଥିଲେ ଏହା ଦେଖି ଶିକ୍ଷୟିତ୍ରୀ ଜଣକ ଈର୍ଷାରେ ଜଳିଗଲେ। ସେ ଛାତ୍ରଙ୍କ ମୁଣ୍ଡକୁ କଇଁଚି ଫିଙ୍ଗିଥିଲେ। ଖାଲି ଏତିକି ନୁହେଁ ପୂର୍ବରୁ ଶିକ୍ଷୟିତ୍ରୀ ଜଣକ ଛାତ୍ରଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏହି ମାମଲା ସେତେବେଳେ ଖୁଲାସା ହେଲା ଯେତେବେଳେ ଅଭିଯୁକ୍ତ ଶିକ୍ଷୟିତ୍ରୀଙ୍କୁ ଗିରଫ କରାଯାଇଥିଲା।

ଟେକ୍ସାସର ସିଇ କିଙ୍ଗ୍‌ ହାଇସ୍କୁଲର ଶିକ୍ଷୟିତ୍ରୀ କ୍ୟାଟ୍ରିନା ମେକ୍ସଓ୍ବେଲ ତାଙ୍କର ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ଛାତ୍ରଙ୍କ ପ୍ରତି ଶିକ୍ଷୟିତ୍ରୀଙ୍କ ଏପରି ବ୍ୟବହାର ଦେଖି ଅନ୍ୟ ଶିକ୍ଷୟିତ୍ରୀ/ଶିକ୍ଷକମାନେ ଆଶ୍ଚର୍ଯ୍ୟ ହୋଇଥିଲେ। ଛାତ୍ର ଜଣକ ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ କେଉଁଠି ବସିଲେ, ହସିଲେ କିମ୍ବା ବୁଲାବୁଲି କଲେ ଶିକ୍ଷୟିତ୍ରୀ ଆଦୌ ସହି ପାରୁ ନ ଥିଲେ। ଦିନେ ସେ ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ କ୍ଲାସରେ ବସି ଗପୁଥିବା ଦେଖିଥିଲେ ଶିକ୍ଷୟିତ୍ରୀ। ଏଥିରେ ସେ ରାଗିଯାଇ ଛାତ୍ରଙ୍କ ଉପରୁ ଏକ କଇଁଚି ଫିଙ୍ଗିଥିଲେ। ଫଳରେ ଛାତ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏନେଇ ପୋଲିସକୁ ସୂଚନା ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri