Posted inଖେଳ

ଡରହାମରେ ଇଣ୍ଟ୍ରା ସ୍କାଡ୍‌ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍‌ ଇଣ୍ଡିଆର ଖେଳାଳିମାନେ ଦୁଇ ଭାଗରେ ବିଭକ୍ତ ହୋଇ ପରସ୍ପର ବିରୋଧରେ ଦୁଇଟି ମ୍ୟାଚ୍‌ ଖେଳିବେ। ବୁଧବାର ସାଉଥାମ୍ପଟଠାରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶପ୍‌ ଫାଇନାଲରେ ପରାଜୟ ପରେ ଖେଳାଳିମାନେ ଲଣ୍ଡନରେ ଅଛନ୍ତି। ଫାଇନାଲ ଲାଗି ଭାରତୀୟ ଦଳରେ ସ୍ଥାନ ପାଇ ନ ଥିବା ୮ ଖେଳାଳି ଗତ ସପ୍ତାହରୁ ଲଣ୍ଡନ ଚାଲି ଆସିଥିଲେ।

ଅଗଷ୍ଟ ୪ ତାରିଖରୁ ନଟିଂହାମଠାରେ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ପୂର୍ବରୁ ଭାରତୀୟ ଦଳ ଡରହାମ ସ୍ଥିତ ରିଭରସାଇଡ୍‌ ଗ୍ରାଉଣ୍ଡରେ ଦୁଇଟି ଇଣ୍ଟ୍ରା-ସ୍କାଡ୍‌ ମ୍ୟାଚ୍‌ ଖେଳିବ। ଏହି ଗୁରୁତ୍ୱପୂର୍ଣ୍ଣ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ କୌଣସି ପ୍ରଥମ ଶ୍ରେଣୀ ଦଳ ସହ ଖେଳିବାକୁ ସୁଯୋଗ ଦେଇ ନାହିଁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)। କୋଭିଡ୍‌ ପ୍ରୋଟୋକୋଲକୁ ଦୃଷ୍ଟିରେ ରଖି ଭାରତୀୟ ଦଳ ପାଇଁ ଅଭ୍ୟାସ ମ୍ୟାଚ୍‌ ବ୍ୟବସ୍ଥା କରାଯାଇ ନାହିଁ। କାଉଣ୍ଟି ଦଳକୁ ଭାରତୀୟ ଦଳ ସହ ଗୋଟିଏ ବବଲ୍‌ରେ ରଖିବା ସହଜ ନୁହେଁ। ଇସିବି ଖେଳାଳିଙ୍କ ସୁରକ୍ଷା ଲାଗି ବେଶ୍‌ ଜତ୍ନବାନ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାଣ୍ଡ୍ୟା-ବୁମ୍‌ରାଙ୍କୁ ଛାଡ଼ନ୍ତୁ, ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…

ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍‌ରେ ଜୁନ୍‌ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ପ୍ରଥମ ମ୍ୟାଚ୍‌ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା...

ଟି୨୦ ବିଶ୍ୱକପ୍‌: ଶ୍ରୀନାଥଙ୍କୁ ମିଳିଲା ପୁଣି ଗୁରୁଦାୟିତ୍ୱ

ଦୁବାଇ, ୪ା୫: ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର...

ଆଜି ଇଣ୍ଡିଆନ ସୁପର ଲିଗ୍‌ ଫାଇନାଲ: ଏହି ଦୁଇ ଶକ୍ତିଶାଳୀ ଫୁଟବଲ କ୍ଲବ ମଧ୍ୟରେ ହେବ ମୁକାବିଲା

କୋଲକାତା, ୪।୫ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ମେଗା ଫାଇନାଲ ଶନିବାର ସଲ୍ଟ ଲେକ୍‌ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରସ୍ପରର ସମ୍ମୁଖୀନ ହେବେ ଦୁଇ ଶକ୍ତିଶାଳୀ ଫୁଟବଲ...

ମୁମ୍ବାଇର ପ୍ଲେ-ଅଫ୍‌ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା

ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ...

ଆଇସିସି ରାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୩।୫: ବାର୍ଷିକ ଅପଡେଟ୍ ପରେ ଆଇସିସି ପୁରୁଷ ମାନ୍ୟତାରେ ଅଷ୍ଟ୍ରେଲିଆ ଭାରତକୁ ଗୋଟିଏ ସ୍ଥାନ ପଛକୁ ଠେଲି ଏକ ନମ୍ବର ମାନ୍ୟତା ହାସଲ କରିଛି। ଯଦିଓ...

ମେ’୨୫ ଶେଷ ତାରିଖ, ଆଇପିଏଲରେ ଖରାପ ପଦର୍ଶନ କଲେ ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଏହି ସବୁ ଖେଳାଳି ପଡିବେ ବାଦ୍‌

ନୂଆଦିଲ୍ଲୀ,୩।୫: ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟଦଳ ଘୋଷଣା ହୋଇସାରିଛି। ଭଲ ପ୍ରଦର୍ଶନ କରୁଥିବା ଅନେକ ଖେଳାଳିଙ୍କୁ ଏଥର ସୁଯୋଗ ମିଳିନାହିଁ। ଯାହାକୁ ନେଇ ପ୍ରଶଂସକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri