Posted inଖେଳ

ବିମାନ ବନ୍ଦରରେ ଛଡ଼ାଇ ନେଲେ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାସପୋର୍ଟ

ଅକ୍‌ଲାଣ୍ଡ,୨୬।୬: ବିମାନ ବନ୍ଦରରେ ପହଞ୍ଚିବା ପରେ ଲୋକେ ଆମ ପାସପୋର୍ଟ ଛଡ଼ାଇ ନେଇଥିଲେ। ପଚାରିଥିଲେ ଟେଷ୍ଟ ଚାମ୍ପିୟନଶିପ୍‌ ଗଦା କେଉଁଠି। ଏପରି କି ଗଦା ସହ ଫଟୋ ଉଠାଇବାକୁ ଅଟକି ରହିଥିଲେ ପୋଲିସ ଅଧିକାରୀ। ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଜିତି ଫେରିବା ପରେ ନ୍ୟୁଜିଲାଣ୍ଡରେ ଏଭଳି ପରିସ୍ଥିତି ଦେଖିବାକୁ ମିଳିଥିବା କହିଛନ୍ତି ପେସର ନେଲ ଓ୍ବାଗନର। ଦୀର୍ଘ ୨୧ ବର୍ଷ ପରେ ଆଇସିସି ଟ୍ରଫି ଜିତିଥିବା ନ୍ୟୁଜିଲାଣ୍ଡ ଖେଳାଳିଙ୍କ ସ୍ବାଗତ ପାଇଁ ବିମାନବନ୍ଦରରେ ଆୟୋଜନ ହୋଇଥିଲା ଭବ୍ୟ ସମ୍ବର୍ଦ୍ଧନା।

ଭାରତ ବିପକ୍ଷ ଡବ୍ଲ୍ୟୁଟିସି ଫାଇନାଲରେ ୩ ଉଇକେଟ ନେଇଥିବା ଓ୍ବଗନର ଲୋକଙ୍କ ଖୁସି ଦେଖି କହିଛନ୍ତି, ପୂର୍ବରୁ କଷ୍ଟମ କର୍ମଚାରୀଙ୍କ ଠାରୁ ଏଭଳି ବ୍ୟବହାର ମିଳି ନ ଥିଲା। ବିମାନ ବନ୍ଦରରେ ଉପସ୍ଥିତ ପ୍ରତ୍ୟେକ ବ୍ୟକ୍ତି ଶୁଭେଚ୍ଛା ଜଣାଇଥିଲେ। ପ୍ରତ୍ୟେକଙ୍କ ମୁହଁରେ ହସ ଦେଖି ଭଲ ଲାଗିଲା। ଏହାକୁ ଶବ୍ଦରେ ପ୍ରକାଶ କରିବା ସହଜ ନୁହେଁ। ସାମାଜିକ ଦୂରତା ନିୟମ କାରଣରୁ ହାତ ମିଳାଇ ପାରି ନ ଥିଲୁ। ଆମ ପାଖରେ ଟେଷ୍ଟ ଚାମ୍ପିୟନଶିପ ଗଦା ଥିଲା। ସମସ୍ତେ ଫଟୋ ନେବାକୁ ଚାହୁଁଥିଲେ। ଏହା ଆମେ କରିପାରିଲୁ ନାହିଁ।

ଡବ୍ଲ୍ୟୁଟିସି ଫାଇନାଲରେ ଅନ୍ତର୍ଜାତୀୟ କ୍ୟାରିୟରରୁ ସନ୍ନ୍ୟାସ ନେଇଥିବା ବି ଜେ ଓ୍ବାଟଲିଂଙ୍କୁ ଦୁଇ ସପ୍ତାହ ଲାଗି ଟେଷ୍ଟ ଚାମ୍ପିୟନଶିପ୍‌ ଦିଆଯାଇଥିବା ଏହି ବାମ ହାତୀ ପେସର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ

ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ...

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

୧୫ ଅଗଷ୍ଟରୁ ଚାଲିବ ଦେଶର ପ୍ରଥମ ବୁଲେଟ ଟ୍ରେନ, ଜାଣନ୍ତୁ କେତେ ହେବ ଏହାର ଭଡ଼ା

ନୂଆଦିଲ୍ଲୀ,୨।୧: ଭାରତୀୟ ରେଲଓ୍ବେ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ବ୍ୟବସ୍ଥା, ଏବଂ ଲକ୍ଷ ଲକ୍ଷ ଯାତ୍ରୀ ପ୍ରତିଦିନ ଟ୍ରେନରେ ଯାତ୍ରା କରନ୍ତି। ସମୟ ସହିତ, ରେଲଓ୍ବେ...

ଆଖିରେ ଆଖିଏ ଲୁହ ନେଇ ବିଦାୟ ନେଲେ ଏହି କ୍ରିକେଟର, ଖୋଲିଲେ ଗୁମର

ନୂଆଦିଲ୍ଲୀ,୨।୧: ପାକିସ୍ତାନରେ ଜନ୍ମିତ ଅଷ୍ଟ୍ରେଲିୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଶେଷ ଥର ପାଇଁ ସିଡନୀ କ୍ରିକେଟ...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri