ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୫୦ ହଜାର ଟପିଛି। ଜୁନ୍‌ ୨୫ରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ହଜାର ୬୯୮ ଥିବାବେଳେ ଏହି ସମୟ ମଧ୍ୟରେ କରୋନାରେ ୧,୧୮୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ି ୫୦ ହଜାର ୪୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୨୫୮ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୫୭ ହଜାର ୯୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୫ ଲକ୍ଷ ୮୬ ହଜାର ୪୦୩ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୩୨ କୋଟି ୧୭ ଲକ୍ଷରୁ ଅଧିକ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୦ କୋଟି ୧୮ ଲକ୍ଷ ୧୧ ହଜାର ୮୯୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୩ ଲକ୍ଷ ୯୫ ହଜାର ୭୫୧ ଛୁଇଁଛି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୬.୭୫ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri