Posted inଖେଳ

ମହିଳା ଦିନିକିଆ: ଇଂଲଣ୍ଡର ବୃହତ୍‌ ବିଜୟ

ବ୍ରିଷ୍ଟଲ,୨୮।୬: ଭାରତ ବିପକ୍ଷ ପ୍ରଥମ ମହିଳା ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ୯୧ ବଲ ବାକିଥାଇ ଇଂଲଣ୍ଡ ୮ ଉଇକେଟରେ ବିଜୟୀ ହୋଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୨୦୧ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ୩୪.୫ ଓଭରରେ ୨ ଉଇକେଟ ବିନିମୟରେ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଓପନର ଟମି ବିମଣ୍ଟ ୮୭ ଓ ନାତାଲି ସ୍କିଭର ୭୪ ରନକରି ଅପରାଜିତ ରହିଥିଲେ। ଅଧିନାୟିକା ହିଥର ନାଇଟ ୧୮ ଓ ଲରେନ ଓ୍ବିନ୍‌ଫିଲ୍ଡ-ହିଲ୍‌ ୧୬ ରନକରି ଯଥାକ୍ରମେ ଏକତା ବିଷ୍ଟ ଓ ଝୁଲଣ ଗୋସ୍ବାମୀଙ୍କ ଦ୍ୱାରା ଆଉଟ ହୋଇଥିଲେ। ବିଜୟ ସହ ଇଂଲଣ୍ଡ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହୋଇଛି।
ମିଥାଲିଙ୍କ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଭାରତ ୨୭ ରନରେ ଦୁଇ ଓପନରଙ୍କୁ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଶେଫାଳି ବର୍ମା ୧୫ ଓ ସ୍ମୃତି ମାନ୍ଧନା ୧୦ ରନ କରି ଯଥାକ୍ରମେ କାଥେରାଇନ ବ୍ରଣ୍ଟ ଓ ଅନ୍ୟା ଶ୍ରୁବସ୍‌ଲେଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ। ଏହାପରେ ଅଧିନାୟିକା ମିଥାଲି ରାଜ ଓ ପୁନମ ରାଉତ ତୃତୀୟ ଉଇକେଟରେ ୯୪ ବଲରୁ ୫୬ ରନକରି ସ୍ଥିତି ସମ୍ଭାଳିବାକୁ ପ୍ରୟାସ କରିଥିଲେ। ପୁନମ ୩୨ ରନକରି କେଟ୍‌ କ୍ରସ୍‌ଙ୍କ ଦ୍ୱାରା ଆଉଟ୍‌ ହେବାପରେ ହରମନପ୍ରୀତ କୌର ମାତ୍ର ୧ ରନକରି ସୋଫି ଏକ୍‌ଲେଷ୍ଟୋନ୍‌ଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ। ପଞ୍ଚମ ଉଇକେଟ ମିଥାଲି ଓ ଦୀପ୍ତି ଶର୍ମା ୮୫ ବଲରୁ ୬୫ ରନ ସଂଗ୍ରହ କରିଥିଲେ। ୩୦ ରନକରିବା ପରେ ଦୀପ୍ତି ଶ୍ରୁବସ୍‌ଲେଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ଏହାପରେ ଷଷ୍ଠ ଉଇକେଟ ଭାବେ ମିଥାଲି ଆଉଟ ହୋଇଥିଲେ। ୧୩୬ ମିନିଟ କ୍ରିଜ୍‌ରେ ରହି ୧୦୮ଟି ବଲ ଖେଳି ୭ ଚୌକା ସହ ୭୨ ରନର ଧୈର୍ଯ୍ୟପୂର୍ଣ୍ଣ ଅର୍ଦ୍ଧଶତକୀୟ ଇନିଂସ ଖେଳି ସେ ଏକ୍‌ଲେଷ୍ଟୋନଙ୍କ ଦ୍ୱାରା ବୋଲ୍ଡ ହୋଇ ପ୍ୟାଭିଲିୟନ ଫେରିଥିଲେ। ଏଥିସହ ମିଥାଲି କ୍ୟାରିୟରର ୫୬ତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ପୂଜା ବସ୍ତ୍ରକାର ୧୭ ବଲରୁ ୨ ଚୌକା ସହ ୧୫ ରନ ଏକଲେଷ୍ଟୋନଙ୍କ ତୃତୀୟ ଶିକାର ହୋଇଥିଲେ। ଉଇକେଟକିପର ବ୍ୟାଟ୍ସଓମ୍ୟାନ ତାନିୟା ଭାଟିଆ ୭ ରନକରି ବ୍ରଣ୍ଟଙ୍କ ବଲରେ ଷ୍ଟମ୍ପ ଆଉଟ ହୋଇଥିଲେ। ଶିଖା ପାଣ୍ଡେ ୩ ଓ ଝୁଲଣ ଗୋସ୍ବାମୀ ୧ ରନକରି ଅପରାଜିତ ରହିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଏକ୍‌ଲେଷ୍ଟୋନ ସର୍ବାଧିକ ୩, ବ୍ରଣ୍ଟ ଓ ଶ୍ରୁବସ୍‌ଲେ ୨ଟି ଲେଖାଏ, କେଟ୍‌ କ୍ରସ୍‌ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri