ପୁଣି ଘନେଇଲା ବିପଦ, ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କଲେ ସ୍ବାସ୍ଥ୍ୟ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ଦେଶ ଉପରେ ନୂଆ ବିପଦ ଘନେଇବାରେ ଲାଗିଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ବିଶେଷଜ୍ଞ ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କରିଛନ୍ତି। ଡେଲ୍ଟା( ବି-୧-୬୧୭-୧), ଡେଲ୍ଟା ପ୍ଲସ୍‌( ବି-୧-୬୧୭-୨), ଲାମ୍ବ୍‌ଡା ଏବଂ କାପ୍ପା ଆଦି ଭାରିଆଣ୍ଟ୍‌ ଯୋଗୁ ଭାରତ ସମେତ ପୃଥିବୀର ଅନ୍ୟ ଦେଶର ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ଥିବା ହାଇଦ୍ରାବାଦ୍‌ର ଯଶୋଦା ହସ୍ପିଟାଲର ସ୍ବାସ୍ଥ୍ୟ ବିଶେଷଜ୍ଞ ଡ.ବିଘ୍ନେଶ ନାଇଡୁ ଓ୍ବାଇ ସୂଚନା ଦେଇଛନ୍ତି। ସେହିପରି ଇତିମଧ୍ୟରେ ବି-୧-୬୧୭-୩ ଚିହ୍ନଟ ହୋଇଥିଲେ ମଧ୍ୟ ଏହାର ନାମ କରଣ କରାଯାଇ ନାହିଁ। ଏସବୁ ଭାରିଆଣ୍ଟ୍‌ର ଜିନୋମ୍‌ ସିକ୍ୱେନ୍ସିଂ ଉପରେ ଦୃଷ୍ଟି ରଖିବା ଗୁରୁତ୍ୱପୂର୍ଣ୍ଣ ବୋଲି ପବ୍ଳିକ୍‌ ହେଲଥ୍‌ ଇଂଲଣ୍ଡର ବରିଷ୍ଠ ଜେନେଟିକଷ୍ଟ୍‌ ଡ. ଏମ୍‌.ଖାଜା କହିଛନ୍ତି। ତୀବ୍ରବେଗରେ ସଂକ୍ରମିତ ହେଉଥିବା ଭାରିଆଣ୍ଟ୍‌ ଉପରେ କଡ଼ା ନଜର ରଖାଗଲେ କରୋନାକୁ ହରାଇବା ସହଜ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri