Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୯ ତାରିଖ – Daily Horoscope

ମେଷ
ମନକଥାକୁ ମନରେ ରଖି ସୁଯୋଗକୁ ଅପେକ୍ଷା କଲେ ଯାହା ଚାହୁଁଛନ୍ତି ତାହା ପାଇଯିବେ। କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବା ଆଶଙ୍କା ରହିଛି। କୃତ୍ତିକା ନକ୍ଷତ୍ର ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପର କଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିବାକୁ ପଡ଼ିବ।
ବୃଷ
ବୃଷ
ଆଜି ଆନୁଷ୍ଠାନିକ କ୍ଷେତ୍ରରେ, ବନ୍ଧୁତ୍ୱ ସ୍ଥାପନରେ ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ମୃଗଶିରା ନକ୍ଷତ୍ରର ବିବାଦୀୟ ଘଟଣା ଅମୀମାଂସିତ ରହିଯାଇପାରେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ସମସ୍ୟା ମୁକ୍ତ ରହିପାରନ୍ତି। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କରିପାରନ୍ତି।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରଣ ନ ହେଲେ ମଧ୍ୟ ବିଶେଷ ଖରାପ ହେବ ନାହିଁ। ପୁନର୍ବସୁ ନକ୍ଷତ୍ର ଘରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ। ଅଫିସ୍‌ରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବାରେ ଜଣେ ଅଜଣା ବନ୍ଧୁଙ୍କ ଅବଦାନ ରହିବ।
କର୍କଟ
କର୍କଟ
ଶନିଙ୍କ ପ୍ରଭାବରେ ନିଜର ପ୍ରତ୍ୟୁପତ୍ନମତିତା କାରଣରୁ ଅସଜଡା ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ସହକର୍ମୀ କିମ୍ବା ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡିପାରନ୍ତି। ଅପରାହ୍ନରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକାର୍ଯ୍ୟକୁ ସଙ୍କୁଚିତ କରିନେଇ ପାରନ୍ତି।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ। ବିଗତ ଦିନର ବିବାଦୀୟ ଘଟଣାରେ ଆଶଙ୍କା ସୃଷ୍ଟି ହେଲେ ମଧ୍ୟ ସେମିତି କିଛି ହେବ ନାହିଁ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ମଘା ନକ୍ଷତ୍ର ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା
ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରାଇପାରିବେ ନାହିଁ। ହସ୍ତା ନକ୍ଷତ୍ର ସକାଳୁ ସକାଳୁ ହଠାତ୍‌ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସା ଭିନ୍ନାର୍ଥରେ ଗ୍ରହଣ କରିବେ। ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନ ପାଇ ଅବସାଦ ଲାଗି ରହିବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ କିନ୍ତୁ ଲକ୍ଷ୍ୟ ହାସଲ କରିବେ।
ବିଛା
ବିଛା
ପ୍ରତ୍ୟେକ କଥାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ। ଯଥା ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ଜ୍ୟେଷ୍ଠା ନକ୍ଷତ୍ରର ପରିବହନ, ନିର୍ମାଣ, ମାଲିମକଦ୍ଦମା ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ଅନ୍ୟମାନଙ୍କ କଥାରେ ଭାସିବୁଲିଲେ ମୁଣ୍ଡରେ ହାତ ଦେଇ ବସିବାକୁ ପଡିବ। ପୂର୍ବଷାଢା ନକ୍ଷତ୍ର ଆକସ୍ମିକ ଭାବେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ରାଜନୀତି, ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ଧୈର୍ଯ୍ୟଶୀଳତା କାମକୁ ଆସିପାରେ। ଅର୍ଥ ସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ମକର
ମକର
ମାନସିକ ଅସ୍ଥିରତା କାରଣରୁ ଶତ୍ରୁତା କଲେ ମଧ୍ୟ ଗ୍ରହ ପ୍ରଭାବରୁ ସମସ୍ତେ ଦୂରେଇ ରହିବେ। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ, ରାଜନୀତିରେ, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ। ଉତ୍ତରାଷାଢା ନକ୍ଷତ୍ର ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହେବେ। କର୍ମାରମ୍ଭ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ତରବର ନ ହୋଇ ପରିବାର ସହ ଆଲୋଚନା କରିବା ଭଲ। ଆଦୌ ଭଲ ସମ୍ପର୍କ ନ ଥିବା କୌଣସି ବ୍ୟକ୍ତି ବିଶେଷଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଶତଭିଷା ନକ୍ଷତ୍ର ନିକଟ ସମ୍ପର୍କୀୟ କିମ୍ବା ଆମତ୍ୀୟସ୍ବଜନଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ବିଶେଷ ଭ୍ରମଣଜନିତ ଶାରୀରିକ ଅସୁସ୍ଥତା ଲାଗି ରହିପାରେ।
ମୀନମୀନ
ଆଜି ବହୁ ଆକାଂକ୍ଷିତ ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିପାରନ୍ତି। ଉତ୍ତରଭାଦ୍ରବ ନକ୍ଷତ୍ରର ହଠାତ୍‌ ଜଣେ ପଦସ୍ଥଙ୍କ ସାନ୍ନିଧ୍ୟରେ ଆସି ଖୁସି ହେବେ। ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri