Posted inଖେଳ

ଟୋକିଓ ଅଲିମ୍ପିକ୍ସ: ୩୦ ସ୍ବର୍ଣ୍ଣ ହାସଲ କରିବା କଷ୍ଟକର: ଜାପାନ

ଟୋକିଓ,୨୯।୬ (ଏପି): ଜୁଲାଇ ୨୩ରେ ଆରମ୍ଭ ହେବାକୁ ଯାଉଥିବା ଟୋକିଓ ଅଲିମ୍ପିକ୍ସରେ ଆୟୋଜକ ଜାପାନ ୩୦ଟି ସ୍ବର୍ଣ୍ଣ ପଦକ ହାସଲ କରିବ ବୋଲି ପୂର୍ବରୁ ଦାବି କରିଆସୁଥିଲା। ତେବେ ବର୍ତ୍ତମାନ ଏହି ଦାବିରୁ ଜାପାନ ଓହରିଯାଇଛି। ଏତେ ସଂଖ୍ୟକ ସ୍ବର୍ଣ୍ଣ ହାସଲ କରିବା କଷ୍ଟକର ବୋଲି ଜାପାନ ସ୍ବୀକାର କରିଛି। ଜାପାନ ସମେତ ପ୍ରାୟ ସବୁ ଦେଶ ପାଇଁ ପଦକ ସଂଖ୍ୟାର ପୂର୍ବାନୁମାନ କଷ୍ଟକର ହୋଇପଡିଛି। କୋଭିଡ୍‌-୧୯ ମହାମାରୀ କାରଣରୁ ଅଲିମ୍ପିକ୍ସ କ୍ୱାଲିଫାଇଙ୍ଗ୍‌ ଇଭେଣ୍ଟଗୁଡିକ ପ୍ରଭାବିତ ହୋଇଛି ଓ ଆଥଲେଟମାନଙ୍କ ଟ୍ରେନିଂରେ ମଧ୍ୟ ବ୍ୟାଘାତ ସୃଷ୍ଟି ହୋଇଛି।
କିଛିମାସ ତଳେ ମହାମାରୀର ପ୍ରଭାବ ପୂର୍ବରୁ ଜାପାନ ଅଲିମ୍ପିକ କମିଟି (ଜେଓସି) ୩୦ଟି ସ୍ବର୍ଣ୍ଣ ପଦକ ହାସଲ କରିବ ବୋଲି ଦାବି କରିଥିଲା। ଏବେ ଆମେ ୩୦ ସ୍ବର୍ଣ୍ଣ ପଦକ ହାସଲ କରିବୁ ବୋଲି ଟାର୍ଗେଟ ରଖିନାହୁଁ ବୋଲି କମିଟି ଅଧ୍ୟକ୍ଷ ୟାସୁହିରୋ ୟମାସିଟା କହିଛନ୍ତି। ଏବେ ପଦକ ସଂଖ୍ୟା ଉପରେ ଆମେ ଫୋକସ କରୁନାହୁଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ତେବେ ଆମର ସବୁ ଆଥଲେଟ୍‌ ଶ୍ରେଷ୍ଠ ପ୍ରଦର୍ଶନ କରନ୍ତୁ ବୋଲି ଆଶା ରଖିଛୁ। ରିଓ ଓ ଲଣ୍ଡନ ଅଲିମ୍ପିକ୍ସ ଭଳି ଆମେରିକା ଓ ଜାପାନ ଏଥର ମଧ୍ୟ ସ୍ବର୍ଣ୍ଣ ପଦକ ହାସଲ କରିବାରେ ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ରହିବେ। କିନ୍ତୁ ୨୦୦୮ ବେଜିଂ ଅଲିମ୍ପିକ୍ସରେ ଆୟୋଜକ ଚାଇନା ଘରୋଇ ପରିବେଶରୁ ଫାଇଦା ଉଠାଇ ସର୍ବାଧିକ ସ୍ବର୍ଣ୍ଣ ହାସଲ କରି ଶୀର୍ଷସ୍ଥାନରେ ରହିଥିଲା।
୫ ବର୍ଷ ତଳେ ରିଓ ଅଲିମ୍ପିକ୍ସରେ ଜାପାନ ୧୨ ସ୍ବର୍ଣ୍ଣ ଜିତିଥିଲା। ୨୦୦୪ ଏଥେନ୍ସ ଓ ୧୯୬୪ ଟୋକିଓ ଅଲିମ୍ପିକ୍ସରେ ଜାପାନ ୧୬ଟି ସ୍ବର୍ଣ୍ଣ ଜିତି ଶ୍ରେଷ୍ଠ ପ୍ରଦର୍ଶନ କରିଥିଲା। ସାଧରଣତଃ ଆୟୋଜକ ଭାବେ ବିଭିନ୍ନ ଦେଶ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରି ଅଧିକରୁ ଅଧିକ ସ୍ବର୍ଣ୍ଣ ଜିତିଥାନ୍ତି। ଜାପାନ ମଧ୍ୟ ଏଥର ଅଧିକ ପଦକ ଜିତିବ। କିନ୍ତୁ ୩୦ ସ୍ବର୍ଣ୍ଣ ପଦକ ହାସଲ କରିବ ବୋଲି ଆଶାକରିବା ଭୁଲ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri