Posted inଖେଳ

ଶ୍ରୀଲଙ୍କାରେ ପହଞ୍ଚତ୍ଲା ଧାଓ୍ବନଙ୍କ ଦଳ

କଲମ୍ବୋ, ୨୯।୬(ପି.ଟି.)-
ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ସୋମବାର ଶ୍ରୀଲଙ୍କାରେ ପହଞ୍ଚତ୍ଛି। ସେଠାରେ ଭାରତୀୟ ଦଳ ୬ଟି ସୀମିତ ଓଭର କ୍ରିକେଟ ମ୍ୟାଚ ଖେଳିବ। ଏହା ମଧ୍ୟରେ ୩ଟି ଲେଖାଏ ଦିନିକିଆ ଓ ଟି୨୦ ମ୍ୟାଚ ସାମିଲ। ଜୁଲାଇ ୧୩ରୁ ଏହି ସିରିଜ ଆରମ୍ଭ ହେବ। ନିୟମିତ ଅଧିନାୟକ ବିରାଟ କୋହଲି ଏବଂ ଟେଷ୍ଟ ଦଳର ସଦସ୍ୟ ଏବେ ଇଂଲଣ୍ଡରେ ଥିବାରୁ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଉପଅଧିନାୟକ ମନୋନୀତ ହୋଇଛନ୍ତି। ଶ୍ରୀଲଙ୍କା ଗସ୍ତ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦ ଜଣିଆ ଦଳ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟା, କୁଲଦୀପ ଯାଦବ, ୟଜବେନ୍ଦ୍ର ଚହଲଙ୍କ ପରି ସିନିୟର ଖେଳାଳି ସାମିଲ ଅଛନ୍ତି। ଏହା ବ୍ୟତୀତ ଦେବଦତ୍ତ ପଡିକାଲ, ପୃଥ୍ବୀ ଶ’, ନୀତୀଶ ରାଣା, ଋତୁରାଜ ଗାଏକ୍ୱାଡ ଓ ପ୍ରତିଭାସମ୍ପନ୍ନ ପେସ୍‌ ବୋଲର ଚେତନ ସାକାରିଆଙ୍କ ପରି ଯୁବ ଖେଳାଳି ମଧ୍ୟ ରହିଛନ୍ତି। ଦୁଇ ଯୁବ ଉଇକେଟ କିପର ଇଶାନ କିଶନ ଏବଂ ସଞ୍ଜୁ ସାମସନ ତାଲିକାରେ ସ୍ଥାନ ପାଇଛନ୍ତି। ଭାରତୀୟ ଦଳ ଯୁବ ଏବଂ ଅଭିଜ୍ଞ ଖେଳାଳିଙ୍କୁ ନେଇ ବେଶ୍‌ ସନ୍ତୁଳିତ ବୋଲି ଅଧିନାୟକ ଧାଓ୍ବନ ପ୍ରକାଶ କରିଛନ୍ତି।
ଶ୍ରୀଲଙ୍କା କ୍ରିକେଟ ଓ୍ବେବସାଇଟ୍‌ ଅନୁସାରେ ଭାରତୀୟ ଦଳ ଜୁନ ୨୯ରୁ ଜୁଲାଇ ୧ ପର୍ଯ୍ୟନ୍ତ ରୁମ୍‌ କ୍ୱାରାଣ୍ଟାଇନ୍‌ରେ ରହିବେ। ଜୁଲାଇ ୨ରୁ ୪ ପର୍ଯ୍ୟନ୍ତ ସେମାନେ ପର୍ଯ୍ୟାୟଭିତ୍ତିକ ଟ୍ରେନିଂ କରିବେ। ୫ ତାରିଖରୁ ପୂରା ଦଳର ଟ୍ରେନିଂ ଆରମ୍ଭ ହେବ। ପରିବେଶ ସହିତ ଅଭ୍ୟସ୍ତ ହେବାପାଇଁ ଇଣ୍ଟ୍ରା ସ୍କ୍ବାଡ୍‌ ମ୍ୟାଚ ମଧ୍ୟ ଖେଳିବେ।
ଭାରତୀୟ ଦଳ: ଶିଖର ଧାଓ୍ବନ(ଅଧିନାୟକ), ପୃଥ୍ବୀ ଶ’, ଦେବଦତ୍ତ ପଡିକାଲ, ଋତୁରାଜ ଗାଏକ୍ୱାଡ, ସୂର୍ଯ୍ୟକୁମାର ଯାଦବ, ମନୀଷ ପାଣ୍ଡେ, ହାର୍ଦ୍ଦିକ ପାଣ୍ଡ୍ୟା, ନୀତୀଶ ରାଣା, ଇଶାନ କିଶନ, ସଞ୍ଜୁ ସାମସନ, ୟୁଜବେନ୍ଦ୍ର ଚହଲ, ରାହୁଲ ଚହର, କ୍ରିଷ୍ଣାପ୍ପା ଗୋଥାମ, କୃନାଲ ପାଣ୍ଡ୍ୟା, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ଭୁବନେଶ୍ୱର କୁମାର, ଦୀପକ ଚହର, ନବଦୀପ ସଇନୀ, ଚେତନ ସାକାରିଆ।
ନେଟ୍‌ ବୋଲର: ଇଶାନ ପୋରେଲ, ସନ୍ଦୀପ ଓ୍ବାରିୟର, ଅର୍ଶଦୀପ ସିଂ, ସାଇ କିଶୋର, ସିମରଜିତ୍‌ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri