Posted inଖେଳ

ୟୁଏଇରେ ଟି୨୦ ବିଶ୍ୱକପ ହେବା ସ୍ପଷ୍ଟ

ନୂଆଦିଲ୍ଲୀ, ୨୯ା୬ (ପି.ଟି.): ଭାରତରେ ହେବାକୁଥିବା ଟି୨୦ ବିଶ୍ୱକପ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ସ୍ଥାନାନ୍ତର ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ସୋମବାର ଏହା ସ୍ପଷ୍ଟ କରିଛନ୍ତି। ଫଳରେ ଅକ୍ଟୋବର-ନଭେମ୍ବରରେ ଏହି ମେଗା ଇଭେଣ୍ଟର ଆୟୋଜନ ନେଇ ଯେଉଁ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା ତାହାର ଅନ୍ତ ଘଟିଛି। ଗାଙ୍ଗୁଲି କହିଛନ୍ତି, ଟି୨୦ ବିଶ୍ୱକପ ୟୁଏଇକୁ ସ୍ଥାନାନ୍ତର କରାଯାଇପାରେ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ବିଧିବଦ୍ଧ ଭାବେ ଅବଗତ କରାଯାଇଛି। କୋଭିଡ୍‌ ଯୋଗୁ ସ୍ବାସ୍ଥ୍ୟଗତ ସୁରକ୍ଷା ଦୃଷ୍ଟିରୁ ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ହେଲେ ବିସିସିଆଇ ଏହି ମେଗା ଇଭେଣ୍ଟର ଆୟୋଜକ ହୋଇ ରହିବ। କିଛିଦିନ ମଧ୍ୟରେ କାର୍ଯ୍ୟସୂଚୀ ଚୂଡ଼ାନ୍ତ ହେବ। ଏହା ଅକ୍ଟୋବର ୧୭ରୁ ଆରମ୍ଭ ହେବ କି ନା ସେ ସମ୍ପର୍କରେ ମଧ୍ୟ କୌଣସି ନିଷ୍ପତ୍ତି ହୋଇ ନାହିଁ। କୋଭିଡ୍‌ ପରିସ୍ଥିତିରେ ଦେଶରେ ଟି୨୦ ବିଶ୍ୱକପ ଆୟୋଜନ ହୋଇ ପାରିବ କି ନା ତାହା ସ୍ପଷ୍ଟ କରିବା ଲାଗି ଚଳିତମାସ ଆରମ୍ଭରେ ବିସିସିଆଇକୁ ଆଇସିସି ୪ସପ୍ତାହ ସମୟ ଦେଇଥିଲା। କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ଅଧାରୁ ସ୍ଥଗିତ ରଖିବାକୁ ହୋଇଥିଲା। ଏହାର ଅବଶିଷ୍ଟାଂଶ ସେପ୍ଟେମ୍ବର-ଅକ୍ଟୋବରରେ ୟୁଏଇରେ କରିବା ଲାଗି ପୂର୍ବରୁ ନିଷ୍ପତ୍ତି ନିଆଯାଇ ସାରିଛି। ଭାରତରେ ୧୬ଟି ଦେଶକୁ ନେଇ ଟି୨୦ ବିଶ୍ୱକପ୍‌ ଦେଶର ୯ଟି ସହରରେ ହୋଇଥାନ୍ତା। ହେଲେ କୋଭିଡ୍‌ଜନିତ ପରିସ୍ଥିତି ଯୋଗୁ ଇଭେଣ୍ଟର ଆୟୋଜନ ସମ୍ଭବ ମନେହୋଇ ନ ଥିଲା। ଅନ୍ୟପଟେ ଆଇସିସି ପକ୍ଷରୁ ଇତିମଧ୍ୟରେ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଯାଇଛି। ଟୁର୍ନାମେଣ୍ଟ ଦୁବାଇ, ଶାରଜା ଓ ଆବୁଧାବିରେ ଖେଳାଯିବ। କ୍ୱାଲିଫାଇଂ ରାଉଣ୍ଡ ମସ୍କାଟରେ ଖେଳାଯାଇପାରେ। ଅକ୍ଟୋବର ୧୫ ସୁଦ୍ଧା ଆଇପିଏଲ୍‌ର ଅବଶିଷ୍ଟ ୩୧ ମ୍ୟାଚ ଖେଳାଯାଇ ସାରିଥିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri