ଭିଜିଲାନ୍ସ ଜାଲରେ ଆନନ୍ଦପୁର ଏବିଇଓ

ଆନନ୍ଦପୁର,୩୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଏବିଇଓ ବୁଧବାର ଜଣେ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ୧୦ ହଜାର ଲାଞ୍ଚ ନେବା ସମୟରେ ବାଲେଶ୍ୱର ଭିଜିଲାନ୍ସ ବିଭାଗ ଦ୍ୱାରା ଆନନ୍ଦପୁର ବ୍ଲକ ଏବିଇଓ ଅଭିମନ୍ୟୁ ସାହୁ ଧରାପଡ଼ିଛନ୍ତି। ଭିଜିଲାନ୍ସ ଟିମ୍‌ ପକ୍ଷରୁ ଉଭୟ କାର୍ଯ୍ୟାଳୟ ଏବଂ ତାଙ୍କ ଘସିପୁରା ବ୍ଲକ କଇନିପୁରାସ୍ଥିତ ବାସଭବନରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଶିକ୍ଷକ ସୋମନାଥ ରାମଙ୍କ ନାମରେ ଏକ ବିଭାଗୀୟ ମାମଲାକୁ ରଫାଦଫା କରିବା ଉଦ୍ଦେଶ୍ୟରେ ଏବିଇଓ ଅଭିମନ୍ୟୁ ସାହୁ ୪୦ ହଜାର ଟଙ୍କା ଦାବି କରିଥିଲେ। ପରବର୍ତ୍ତୀ ସମୟରେ ୧୦ ହଜାର ଟଙ୍କା ଦେବାକୁ ଶିକ୍ଷକ ରାଜି ହେବା ସହିତ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ଶିକ୍ଷକ ରାମ୍‌ ବୁଧବାର ୧୦ ହଜାର ଟଙ୍କା ଦେବା ସମୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ପୂର୍ବ ପ୍ରସ୍ତୁତି ଅନୁଯାୟୀ ଚଢ଼ାଉ କରାଯାଇ ଏବିଇଓ ସାହୁଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ବାଲେଶ୍ୱର ଭିଜିଲାନ୍ସ ବିଭାଗ କେସ୍‌ ନଂ୧୧/୨୧ରେ ଏକ ମାମଲା ରୁଜୁ କରାଯାଇ ଏବିଇଓଙ୍କୁ ଗିରଫ କରାଯିବା ସହିତ ଘଟଣାର ତଦନ୍ତ କରାଯାଉଥିବା ବାଲେଶ୍ୱର ଭିଜିଲାନ୍ସ ବିଭାଗ ଅତିରିକ୍ତ ଏସ୍‌ପି ପରମେଶ୍ୱର କିଷାନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri