ସ୍କୁଲ ସାରଙ୍କ କୋଚିଂ ସେଣ୍ଟରର ଛୁଆଙ୍କୁ ଦିଆଯାଇଛି ଅଧିକ ମାର୍କ

ଆସିକା/ବୁଗୁଡ଼ା,୨୯।୬: ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ କୋଚିଂ ସେଣ୍ଟରରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଅଧିକ ମାର୍କ ଦିଆଯାଇଥିବା ବେଳେ ଅନ୍ୟ ଛାତ୍ରୀଛାତ୍ରଙ୍କୁ ଜାଣିଶୁଣି ଦିଆଯାଇଛି କମ୍‌ ମାର୍କ। ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ଟ୍ୟୁଶନ କରୁଥିବାରୁ ପୂର୍ବରୁ ଅଭିଭାବକମାନେ ୨ଥର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିରେ ପ୍ରତିଶୋଧ ପରାୟଣ ହୋଇ ଶିକ୍ଷକ ଜଣକ କମ୍‌ ମାର୍କ ଦେଇଛନ୍ତି। ଏଭଳି ଅଭିଯୋଗ ଆଣିବା ସହ ବୁଗୁଡ଼ା ବ୍ଲକ ଗୋଲିଆ ହାଇସ୍କୁଲରେ ତାଲା ପକାଇ ଦେଇଛନ୍ତି ଛାତ୍ରୀଛାତ୍ର ଏବଂ ଅଭିଭାବକ।

କରୋନା ଯୋଗୁ ବିନା ପରୀକ୍ଷାରେ ପ୍ରକାଶ ପାଇଥିବା ମାଟ୍ରିକ ଫଳକୁ ନେଇ ଛାତ୍ରୀଛାତ୍ରୀ ଓ ଅଭିଭାବକଙ୍କ ଅସନ୍ତୋଷ ଥମୁନି। ବୁଗୁଡା ସ୍କୁଲ ଭଳି  ଆସିକା ବିଦ୍ୟାଳୟରେ ଶିକ୍ଷକ ଓ କର୍ମଚାରୀଙ୍କୁ ତାଲା ପକାଯାଇଥିଲା। ଖବରପାଇ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା ଓ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାଗୀରଥି ପାତ୍ର ବିଦ୍ୟାଳୟରେ ପହଞ୍ଚିଥିଲେ। ପରେ ପୋଲିସ ମଧ୍ୟ ପହଞ୍ଚିଥିଲା। ଜୟପୁର ସରପଞ୍ଚ ସଞ୍ଜୟ ଜେନା, ସମିତିସଭ୍ୟ ପ୍ରତିନିଧି ସିଦ୍ଧାର୍ଥ ଶଙ୍କର ସାମଲଙ୍କ ସମେତ ଅଭିଭାବକମାନଙ୍କ ଆଲୋଚନା କରାଯାଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ରଙ୍କ ପୁନଃ ମୂଲ୍ୟାୟନ ନିମନ୍ତେ ପଦକ୍ଷେପ ନେବା ଓ ବିଦ୍ୟାଳୟ ସମସ୍ୟା ଦୂର କରିବା ଲାଗି ପ୍ରତଶ୍ରୁତି ପରେ ପରିସ୍ଥିତି ଶାନ୍ତ ପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri