କରୋନା ପରିଚାଳନା ତ୍ରୁଟି ଲୋକଙ୍କ ଆଗରେ ରଖିବ ଯୁବ କଂଗ୍ରେସ

ଭୁବନେଶ୍ୱର, ୧।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ତ୍ରୁଟିଗତ ପରିଚାଳନା, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ, ଖାଇବା ତେଲ ଇତ୍ୟାଦିର ଅହେତକୁ ଦରଦାମ ବୃଦ୍ଧି ପ୍ରସଙ୍ଗ ଲୋକଲୋଚନକୁ ଆଣିବାକୁ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପ୍ରୟାସ କରୁଛି। ଯୁବ କଂଗ୍ରେସ ପକ୍ଷରୁ ବୁଧବାର ରାଜ୍ୟ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଆୟୋଜିତ ୱେବିନାରରେ ରାଜ୍ୟ ପଦାଧିକାରୀ, ସବୁ ଜିଲାର ସଭାପତି ଓ ବିଭିନ୍ନ ବ୍ଲକରୁ ଯୁବ କଂଗ୍ରେସ ନେତାମାନେ ଯୋଗଦେଇଛନ୍ତି। କେନ୍ଦ୍ର ସରକାରଙ୍କ କୋଭିଡ ପରିଚାଳନାରେ ତ୍ରୁଟି ଯଥା ୨ୟ ଲହରରେ ମେଡିକାଲରେ ବେଡ ସମସ୍ୟା, ଅକ୍ସିଜେନର ଓ ଭେଣ୍ଟିଲେଟର ଅଭାବ ପରିଲିକ୍ଷିତ ହୋଇଥିଲା। ଫଳରେ ହଜାର ହଜାର ଲୋକଙ୍କ ଜୀବନ ଯାଇଥିଲା। କିନ୍ତୁ ଏହିସବୁ ସମସ୍ୟା ନ ଥିଲେ ସେମାନଙ୍କୁ ବଞ୍ଚାଯାଇ ପାରିଥାଆନ୍ତା ବୋଲି ସ୍ମୃତି କହିଛନ୍ତି। କରୋନା ପରିଚାଳନାରେ ତ୍ରୁଟିକୁ ଲୋକଙ୍କ ଆଗରେ ରଖିବ ଯୁବ କଂଗ୍ରେସ ରଖିବ ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡର ୨ୟ ଲହର ପାଇଁ ପ୍ରସ୍ତୁତ ହୋଇ ନ ଥିଲେ। ଆଗରୁ ବାରମ୍ବାର ରାହୁଲ ଗାନ୍ଧୀ ୨ୟ ଲହରର ପୂର୍ବାନୁମାନ କରି ସତର୍କ କରାଇଥିଲେ ମଧ୍ୟ କେନ୍ଦ୍ର ସରକାର ଏହାକୁ ଗୁରୁତ୍ୱ ଦେଇ ନାହାନ୍ତି। ଆଗକୁ କରୋନାର ୩ୟ ଲହର ଆସିବାର ପୂର୍ବାନୁମାନ କରାଯାଉଥିବା ବେଳେ ସେଥିପାଇଁ ରାଜ୍ୟର ସବୁ ଜିଲା ଏବଂ ବ୍ଲକର ଯୁବ କଂଗ୍ରେସ କର୍ମୀଙ୍କୁ ପ୍ରସ୍ତୁତ ରହିବାକୁ ସ୍ମୃତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri