Posted inଖେଳ

ଘର ବିକିଲେ ରୋହିତ ଶର୍ମା: ଦାମ୍‌ ଜାଣିଲେ..

ଭାରତୀୟ ଦଳର ତାରକା ଓପନର୍‌ ରୋହିତ ଶର୍ମା କ୍ରିକେଟ ପଡ଼ିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। ବିଶ୍ୱ କ୍ରିକେଟରେ ‘ହିଟମ୍ୟାନ’ ଭାବରେ ଜଣାଶୁଣା ରୋହିତ ନିଜ କ୍ୟାରିୟରରେ ଅନେକ ଖ୍ୟାତି ଅର୍ଜନ କରିଛନ୍ତି। ରୋହିତଙ୍କର ମୁମ୍ବାଇର ୱର୍ଲିରେ ବହୁତ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଅଛି। ତାଙ୍କର ଏହି ଘର ୱର୍ଲିର ଅହୁଜା ଆପାର୍ଟମେଣ୍ଟର ୨୯ ତମ ମହଲାରେ ଅଛି। ଏହା ବ୍ୟତୀତ ତାଙ୍କର ଲୋନାଭଲାରେ ୬୩୨୯ବର୍ଗ ଫୁଟର ଏକ ଘର ଅଛି। ଏହି ଘରକୁ ରୋହିତ ସୁଷମା ଅଶୋକ ସରାଫ ନାମକ ଜଣେ ମହିଳାଙ୍କୁ ୫.୨୫ କୋଟି ଟଙ୍କାର ବିକ୍ରି କରିଥିବା ଜଣାପଡିଛି।
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ହରାଇବାକୁ ଭୁଲିଯିବା ପାଇଁ ରୋହିତ ଶର୍ମା ତାଙ୍କ ପରିବାର ସହିତ ଇଂଲଣ୍ଡରେ ଛୁଟି କାଟୁଛନ୍ତି। ଅଜିଙ୍କେ ରାହାନେ ତାଙ୍କ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି ଯେଉଁଥିରେ ରାହାଣେ ଏବଂ ରୋହିତ ଶର୍ମା ନିଜ ପରିବାର ସହିତ ସମୟ ଅତିବାହିତ କରୁଥିବା ଦେଖିବାକୁ ମିଳିଛି। ଭାରତ ଦଳକୁ ଅଗଷ୍ଟ ୪ରୁ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ପଡିବ, ଏହା ପୂର୍ବରୁ ଦଳକୁ ବାୟୋ-ବବୁଲରୁ ୨୦ ଦିନର ବିରତି ମିଳିଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ରୋହିତ ଶର୍ମା ଟିମ ଇଣ୍ଡିଆ ପାଇଁ କିଛି ବିଶେଷ କରିପାରି ନ ଥିଲେ। ସେ ମ୍ୟାଚର ଉଭୟ ଇନିଂସରେ ଫ୍ଲପ ବୋଲି ପ୍ରମାଣ କରିଥିଲେ। ରୋହିତ ଶର୍ମା ପ୍ରଥମ ଇନିଂସରେ ୩୪ ରନ ସଂଗ୍ରହ କରିଥିବାବେଳେ ଦ୍ୱିତୀୟ ଇନିଂସରେ ସେ ୩୦ ରନ ପାଇଁ ପାଭିଲିୟନକୁ ଫେରିଥିଲେ। ବ୍ୟାଟ୍ସମ୍ୟାନଙ୍କ ନିରାଶାଜନକ ପ୍ରଦର୍ଶନ ପରେ ଭାରତ ଏହି ମ୍ୟାଚକୁ ୮ ଉଇକେଟ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri