Posted inଜାତୀୟ

ଡାକ୍ତରଙ୍କ ବଳିଦାନକୁ କୃତଜ୍ଞତା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାତୀୟ ଡାକ୍ତର ଦିବସ ଅବସରରେ ଡାକ୍ତରଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଡାକ୍ତରମାନଙ୍କୁ ଭଗବାନଙ୍କ ଅନ୍ୟ ଏକ ରୂପ କୁହାଯାଏ, ୧୩୦ କୋଟି ଭାରତୀୟଙ୍କ ତରଫରୁ ମୁଁ ଦେଶର ସମସ୍ତ ଡାକ୍ତରଙ୍କୁ କୃତଜ୍ଞତା ଜଣାଉଛି। କରୋନା ଭଳି ମହାମାରୀ ସମୟରେ ଯୋଦ୍ଧା କାର୍ଯ୍ୟ କରିବାବେଳେ ଦେଶର ଅନେକ ଡାକ୍ତର ମଧ୍ୟ ପ୍ରାଣ ହରାଇଛନ୍ତି। ମୁଁ ସେମାନଙ୍କୁ ନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି, ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଉଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି ଯେତେବେଳେ ଦେଶ କରୋନା ବିରୋଧରେ ଏତେ ବଡ ଯୁଦ୍ଧ କରୁଛି, ଡାକ୍ତରମାନେ ଦିନରାତି ପରିଶ୍ରମ କରି ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ରକ୍ଷା କରିଛନ୍ତି। ଚଳିତ ବର୍ଷ ସ୍ବାସ୍ଥ୍ୟ କ୍ଷେତ୍ର ପାଇଁ ବଜେଟ ଆବଣ୍ଟନ ଦ୍ୱିଗୁଣିତ ହୋଇଛି ଅର୍ଥାତ୍‌ ଦୁଇ ଲକ୍ଷ କୋଟି ଟଙ୍କାରୁ ଅଧିକ। ସ୍ବାସ୍ଥ୍ୟ କ୍ଷେତ୍ରର ଅଭାବ ଥିବା କ୍ଷେତ୍ରରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ଆମେ ୫୦,୦୦୦ କୋଟି ଟଙ୍କାର କ୍ରେଡିଟ ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ କରିଛୁ। ମୋଦି କହିଛନ୍ତି ଯେ ୨୦୧୪ ପର୍ଯ୍ୟନ୍ତ, ଦେଶରେ କେବଳ ୬ ଏମ୍ସ ଥିଲା, ଏହି ୭ ବର୍ଷରେ ୧୫ ନୂତନ ଏମ୍ସର କାର୍ଯ୍ୟ ଆରମ୍ଭ ହୋଇଛି । ମେଡିକାଲ କଲେଜ ସଂଖ୍ୟା ମଧ୍ୟ ପ୍ରାୟ ଦେଢ ଗୁଣ ବୃଦ୍ଧି ପାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri