ନୀରବଙ୍କ ପରିବାରର ସିଙ୍ଗାପୁର ବ୍ୟାଙ୍କ ଆକାଉଣ୍ଟ ଜବତ

ସିଙ୍ଗାପୁର,୨-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନୀରବଙ୍କ ଭଉଣୀ ପୂର୍ବି ମୋଦି ଓ ଭିଣୋଇ ମୟଙ୍କ ମେହଟାଙ୍କ ବ୍ରିଟିଶ ଭର୍ଜିନ ଆଇଲାଣ୍ଡରେ ପଞ୍ଜିକୃତ ପାଭେଲିୟନ ପଏଣ୍ଟ କର୍ପ କମ୍ପାନୀର ଆକାଉଣ୍ଟକୁ ଜବତ କରିବାକୁ ସିଙ୍ଗାପୁର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଆକାଉଣ୍ଟରେ ୪୪.୪୧ କୋଟି ଟଙ୍କା ମହଜୁଦ ରହିଛି। ନୀରବଙ୍କ ବିରୋଧରେ ଭାରତରେ ମନିଲଣ୍ଡରିଂ ମାମଲା ଚାଲୁଥିବା ବେଳେ ପିଏନ୍‌ବି ଠକେଇରୁ ପ୍ରାପ୍ତ ଅର୍ଥକୁ ମୟଙ୍କ ଓ ପୂର୍ବିଙ୍କ ଆକାଉଣ୍ଟରେ ରଖାଯାଇଛି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଯୁକ୍ତି ଦର୍ଶାଯିବା ପରେ ହାଇକୋର୍ଟ ଉକ୍ତ ନିର୍ଦ୍ଦେଶ ଦେଇଛନ୍ତି। ମନି ଲଣ୍ଡରିଂ ନିଷେଧ ଆଇନ(ପିଏମ୍‌ଏଲ୍‌ଏ) ଅଧୀନରେ ଏବଂ ଅଦାଲତଙ୍‌କ ନିର୍ଦ୍ଦେଶକ୍ରମେ ସିଙ୍ଗାପୁରସ୍ଥିତ ଏହି ଆକାଉଣ୍ଟକୁ ଇଡି ଅସ୍ଥାୟୀ ଭାବେ ଅଚଳ କରିଥିଲା। ଏଥିପୂର୍ବରୁ ସୁଇଜରଲାଣ୍ଡ ସରକାର ଗତ ୨୭ରେ ନୀରବ ଓ ଭଉଣୀ ପୂର୍ବିଙ୍କ ୪ ସୁଇସ୍‌ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିଥିଲେ। ଏହି ଆକାଉଣ୍ଟରେ ୨୮୩.୧୬ କୋଟି ଟଙ୍କା ରହିଛି। ପିଏନ୍‌ବି ଠକେଇ ମାମଲାରେ ନୀରବଙ୍କ ସହ ପୂର୍ବିଙ୍କୁ ମଧ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି। ସୂଚନାଥାଉ କି, ନୀରବ ଏବେ ଲଣ୍ଡନ ଜେଲ୍‌ରେ ବନ୍ଦୀ ଥିବା ବେଳେ ତାଙ୍କର ପ୍ରତ୍ୟର୍ପଣ ନେଇ ଏବେ ମାମଲା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri