Posted inଜାତୀୟ

ନର୍ସଙ୍କଠୁ ଛଡ଼ାଇ ଲୋକଙ୍କୁ ଟିକା ଦେଲେ ଟିଏମ୍‌ସି କାଉନ୍‌ସିଲର

କୋଲକାତା,୩।୭: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ମହିଳା କାଉନ୍‌ସିଲର ତବସୁମ ଅରା ଟିକାଦାନ କେନ୍ଦ୍ରରେ ନର୍ସଙ୍କ ଠାରୁ ଟିକା ଛଡ଼ାଇ ଜଣେ ମହିଳାଙ୍କୁ ଟିକାକରଣ କରୁଥିବା ଭିଡିଓ ସାମ୍ନାକୁ ଆସିଛି। ରାଜ୍ୟ ରାଜଧାନୀଠାରୁ ୨୧୦ କିମି ଦୂର ଆସନସୋଲର ଟିକାଦାନ କେନ୍ଦ୍ରର ଏହି ଭିଡିଓ ଭାଇରାଲ ହେବା ପରେ ନୂଆ ଅଢ଼ୁଆରେ ଫଶିଛି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ପଶ୍ଚିମବଙ୍ଗ ସରକାର। ଉକ୍ତ ଭିଡିଓକୁ ଭାଜପାର ଏମ୍‌ପି ବାବୁଲ ସୁପ୍ରିୟୋ ଓ ଅଗ୍ନିମିତ୍ର ପଲ ଶେୟାର କରିଛନ୍ତି।

ସମାଲୋଚିତ ହେବା ପରେ ନର୍ସିଂ କୋର୍ସ କରିଥିବା ଦାବି କରିବା ସହ ତବସୁମ କହିଛନ୍ତି, ମୁଁ କୌଣସି ଟିକା ଦେଇ ନାହିଁ। କେବଳ ସିରିଞ୍ଜ ହାତରେ ଧରିଥିଲି। ଟିକାକରଣ କେନ୍ଦ୍ରରେ ବହୁ ହିତାଧିକାରୀ ଟିକା ନେବାକୁ କୁଣ୍ଠାବୋଧ କରୁଥିଲେ। ସେମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ମୁଁ ଏଭଳି କରିଥିଲି।

ବାବୁଲ ସୁପ୍ରିୟୋ ତାଙ୍କ ଟୁଇଟରରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟ୍ୟାଗ କରି ପ୍ରଶ୍ନ କରିଛନ୍ତି, ଲାଗୁଛି ପ୍ରଶାସକଙ୍କ ଉପରେ ଟିଏମ୍‌ସି ସରକାରଙ୍କ ନିୟନ୍ତ୍ରଣ ନାହିଁ। ଟିଏମ୍‌ସିର ଜଣେ ଏଏମ୍‌ସି ପ୍ରଶାସନିକ ସଦସ୍ୟା ଲୋକଙ୍କୁ ଟିକା ଦେଇ ଶହ ଶହ ଜୀବନ ସହ ଖେଳୁଛନ୍ତି। ରାଜନୀତି ତାଙ୍କୁ କ’ଣ ଦଣ୍ଡରୁ ବଞ୍ଚାଇ ପାରିବ।

ଏ ଘଟଣା ଉପରେ ମୁଖ୍ୟମନ୍ତ୍ରୀ ମମତା କହିଛନ୍ତି, ଏହା ଏକ ପୃଥକ ମାମଲା। ପଶ୍ଚିମବଙ୍ଗ ସରକାର ସେମାନଙ୍କ ସହ ଜଡ଼ିତ ନୁହେଁ। ଆମ ନିକଟରେ ଅଭିଯୋଗ ପହଞ୍ଚିଲେ ନିଶ୍ଚୟ କାର୍ଯ୍ୟାନୁଷ୍ଠାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri