କାଟି ନେଇଗଲେ ମହିଳାଙ୍କ ମୁଣ୍ଡ

ଠାକୁରମୁଣ୍ଡା,୪ା୭: ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏକ ଧାରୁଆ ଅସ୍ତ୍ରରେ ହତ୍ୟାକାରୀ ମହିଳାଙ୍କ ମୁଣ୍ଡ କାଟି ନେଇଯାଇଥିବା ଜଣାପଡିଛି। ପୋଲିସ ମୁଣ୍ଡବିହୀନ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ମହିଳା ଜଣକ ହେଲେ କରଞ୍ଜିଆ ବ୍ଲକ ପାଟବିଲ ପଞ୍ଚାୟତ ଅଧୀନ ବାଲିଭୋଳ ଗ୍ରାମର ସ୍ବର୍ଗତ ଚୈତନ୍ୟ ହାଁସଦାଙ୍କ ସ୍ତ୍ରୀ ଯମୁନା(୬୩)। ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ପୋଲିସ ସୂଚନା ଅନୁଯାୟୀ, ଶନିବାର ପୁଅ ଲକ୍ଷ୍ମଣ ହାଁସଦା ଓ ବୋହୂଙ୍କ ସହ ବୃଦ୍ଧା ଯମୁନା ନିକଟସ୍ଥ ବାଲିଭୋଳ ହାଟକୁ ଯାଇଥିଲେ। ସେଠାରେ ସେ ହାଣ୍ଡିଆ ପିଇ ହାଟପଡ଼ିଆର ଗୋଟିଏ ପାର୍ଶ୍ୱରେ ଶୋଇପଡିଥିଲେ। ହାଟ ସରିବା ପରେ ପୁଅ ବୋହୂ ତାଙ୍କୁ ଉଠାଇବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ସେଠାରେ ସେ ରାତିଯାକ ରହିଥିଲେ। ରବିବାର ସକାଳେ ଲକ୍ଷ୍ମଣ ମା’ଙ୍କୁ ଆଣିବାକୁ ଯାଇଥିବା ବେଳେ ତାଙ୍କ ମୁଣ୍ଡ କାଟି କେହି ହତ୍ୟା କରିଥିବା ଦେଖିବାକୁ ପାଇଥିଲେ। ଖବରପାଇ କରଞ୍ଜିଆ ଥାନା ଆଇଆଇସି ରଞ୍ଜନ ସେଠୀ ଏବଂ ଏସ୍‌ଡିପିଓ ସୁଦର୍ଶନ ଗାଙ୍ଗଇ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଏନେଇ ଥାନାରେ ଏକ ହତ୍ୟା ମାମଲା(ନଂ.୧୭୭/୨୧) ରୁଜୁ ହୋଇଛି। ଲକ୍ଷ୍ମଣଙ୍କ ଅଭିଯୋଗ ଅନୁଯାୟୀ ଗତ ଏକ ସପ୍ତାହ ପୂର୍ବରୁ ନିକଟସ୍ଥ ଜାମୁନାଳିଆ ଗ୍ରାମକୁ ଏକ ଶୁଦ୍ଧିକ୍ରିୟା କାମରେ ଯାଇଥିବା ବେଳେ ସେଠାରେ କେତେଜଣ ଲୋକଙ୍କ ସହ ଯମୁନାଙ୍କ ଝଗଡ଼ା ହୋଇଥିଲା। ୨ ଦିନ ତଳେ କିଛି ବ୍ୟକ୍ତି ଯମୁନାଙ୍କୁ ଆକ୍ରମଣ କରିଥିଲେ। ତେବେ ଡାହାଣୀ ସନ୍ଦେହରେ ଯମୁନାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରି ତଦନ୍ତ କରାଯାଉଥିବା ଆଇଆଇସି ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri