Posted inଖେଳ

ଅନୁଷ୍କାଙ୍କ ପୂର୍ବରୁ ଏହି ଯୁବତୀଙ୍କୁ ମନ ଦେଇ ବସିଥିଲେ ବିରାଟ କୋହଲି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଖୁସିରେ ବୈବାହିକ ଜୀବନ ବିତାଉଛନ୍ତି। ନିକଟରେ ଏହି ଦମ୍ପତି ଏକ ଶିଶୁ କନ୍ୟା ମାତାପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। କିନ୍ତୁ ଅନୁଷ୍କା ଶର୍ମାଙ୍କ ସହ ଗଣ୍ଠି ବାନ୍ଧିବା ପୂର୍ବରୁ କୋହଲି ବ୍ରାଜିଲର ମଡେଲ ତଥା ଅଭିନେତ୍ରୀ ଇଜାବେଲ ଲେଟଙ୍କ ସମେତ ଅନ୍ୟ କିଛି ଯୁବତୀଙ୍କୁ ଡେଟ କରୁଥିବା ଚର୍ଚ୍ଚା ହୋଇଥିଲା। ଇଜାବେଲଙ୍କ କୋହଲିଙ୍କ ପ୍ରେମ ସମ୍ପର୍କ ଅନେକ ଦିନ ଧରି ଚର୍ଚ୍ଚାରେ ଥିଲା। ଉଭୟ ପ୍ରାୟ ଦୁଇ ବର୍ଷ ଧରି ପରସ୍ପରକୁ ଡେଟ କରିଥିଲେ। ଇଜାବେଲ ବ୍ରାଜିଲର ଜଣେ ଲୋକପ୍ରିୟ ମଡେଲ। ସେ ଅନେକ ବଲିଉଡ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି। ବଲିଉଡରେ ଇଜାବେଲ୍‌ଙ୍କ ପ୍ରଥମ ଚଳଚ୍ଚିତ୍ର ଥିଲା ଅମିର ଖାନଙ୍କ ‘ତଲାଶ’। ଏହି ଚଳଚ୍ଚିତ୍ର ୨୦୧୨ରେ ମୁକ୍ତିଲାଭ କରିଥିଲା। ଖବର ଅନୁଯାୟୀ, ବିରାଟ କୋହଲି ଏବଂ ଇଜାବେଲ ପରସ୍ପରକୁ ୨୦୧୨ ରୁ ୨୦୧୪ ପର୍ଯ୍ୟନ୍ତ ଦୁଇ ବର୍ଷ ପାଇଁ ଡେଟ କରିଥିଲେ। କିନ୍ତୁ ଦୁହେଁ କେବେ ବି ସେମାନଙ୍କ ସମ୍ପର୍କକୁ ସର୍ବସାଧାରଣରେ ପ୍ରକାଶ କରି ନ ଥିଲେ କିନ୍ତୁ ୨୦୧୩ରେ ଉଭୟଙ୍କୁ ଏକ ହୋଟେଲ ବାହାରେ ଏକାଠି ଦେଖାଯାଇଥିଲା। ବ୍ରେକଅପ ପରେ ଇଜାବେଲ ଏକ ସାକ୍ଷାତକାରରେ କୋହଲିଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ ଖୋଲାଖୋଲି ଭାବେ କହିଥିଲେ। ସେ କହିଥିଲେ, ହଁ, ଆମେ ଦୁଇ ବର୍ଷ ଧରି ସମ୍ପର୍କ ସ୍ଥାପନ କରିଥିଲୁ। ଏହି ସମ୍ପର୍କ ପାରସ୍ପରିକ ସହମତି ସହ ସମାପ୍ତ ହୋଇଥିଲା। ଇଜାବେଲଙ୍କ ସହ ସମ୍ପର୍କ ଶେଷ କରିବା ପରେ ବିରାଟ କୋହଲି ଅନୁଷ୍କା ଶର୍ମାଙ୍କୁ ଡେଟିଂ ଆରମ୍ଭ କରିଥିଲେ। କୋହଲି ଏବଂ ଅନୁଷ୍କା ୧୧ ଡିସେମ୍ବର ୨୦୧୭ରେ ଇଟାଲୀରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେ ଅଫ୍‌ ଯାଇପାରିବ କି ଚେନ୍ନାଇ ସୁପର କିଙ୍ଗ୍ସ: କ’ଣ କହୁଛି ସମୀକରଣ ଜାଣନ୍ତୁ

ଧର୍ମଶାଳା,୫।୫:ଆଇପିଏଲ୍‌ ୨୦୨୪ରେ ପ୍ଲେ ଅଫ ର ସମୀକରଣ ସ୍ପଷ୍ଟ ହେବାରେ ଲାଗିଛି। ରବିବାର ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି,...

୪୨ ବର୍ଷ ବୟସରେ ଏମିତି କାରନାମା କଲେ ଧୋନୀ

ଧର୍ମଶାଳା,୫।୫: ଯଦିଓ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୂନ୍ୟରେ ଆଉଟ୍‌ ହୋଇଥିଲେ ମଧ୍ୟ ଏହି ୪୨...

ପାଖାପାଖି ୧୧୦୦ ଦିନ ପରେ ପଞ୍ଜାବକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୫।୫: ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରବିନ୍ଦ୍ର ଜାଡେଜାଙ୍କ ତୀକ୍ଷ୍ଣ ବୋଲିଂରେ ଅନେକ ଅବଦାନ ରହିଛି।...

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି...

ସାଥ୍‌ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍‌ ବି ଫେଲ୍‌

ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ...

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ...

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri