ବ୍ରାହ୍ମଣୀରେ ଲୁଚକାଳି ଖେଳ

ପଟ୍ଟାମୁଣ୍ଡାଇ,୫।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ନାୟାଡ଼ିଆ ଗ୍ରାମର ଲୋକେ ରବିବାର ମଧ୍ୟାହ୍ନରେ ବ୍ରାହ୍ମଣୀ ନଦୀରେ ଦେଖିବାକୁ ପାଇଥିଲେ ରୋଚକ ଦୃଶ୍ୟ, ଯେଉଁଥିରେ ଏକ ମୂର୍ତ୍ତି ଚୋରି ଘଟଣାର ଅଭିଯୁକ୍ତ ପାଣିରେ ବୁଡ଼ି ବୁଡ଼ି ପୋଲିସକୁ ଚକମା ଦେଖାଉଥିଲେ। ଦେଢ଼ଘଣ୍ଟାର ଉଦ୍ୟମ ପରେ ଅଭିଯୁକ୍ତଙ୍କୁ ଧରାଯାଇଥିଲା। ସେ ହେଲେ ନାୟାଡ଼ିଆ ଗ୍ରାମର ଭରତ ମଲ୍ଲିକ।
ପଟ୍ଟାମୁଣ୍ଡାଇ ଥାନା ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ଦାଣ୍ଡିସାହି ଗ୍ରାମର ରାମମନ୍ଦିରରୁ ଶୁକ୍ରବାର ରାତିରେ ରାମ, ଲକ୍ଷ୍ମଣ, ସୀତା ମୂର୍ତ୍ତି ସହ ଅଳଙ୍କାର ଓ କିଛି ପୂଜା ସାମଗ୍ରୀ ଚୋରି ହୋଇଯାଇଥିଲା। ଗ୍ରାମବାସୀଙ୍କ ପକ୍ଷରୁ ରଶ୍ମିରଞ୍ଜନ ରାଉତ ଶନିବାର ଚଉଦକୁଲାଟ ଫାଣ୍ଡିରେ ଅଭିଯୋଗ କରିଥିଲେ। ଏହି ଚୋରି ପଛରେ ଆନ୍ତଃଜିଲା ମୂର୍ତ୍ତିଚୋର ରାକେଟ୍‌ର ସମ୍ପୃକ୍ତି ନେଇ ଚର୍ଚ୍ଚା ହୋଇଥିଲାବେଳେ ପଟ୍ଟାମୁଣ୍ଡାଇ ଥାନାରେ ୪୧୧/୨୦୨୧ରେ ଏକ ମାମଲା ରୁଜୁ ହୋଇଥିଲା। ଆଇଆଇସି ରାକେଶ କୁମାର ତ୍ରିପାଠୀଙ୍କ ତତ୍ତ୍ୱାବଧାନରେ ଚଉଦକୁଲାଟ ଫାଣ୍ଡି ଅଧିକାରୀ ବିଲ୍ବମଙ୍ଗଳ ସେଠୀ ଓ ଅନ୍ୟ ପୋଲିସ ଅଫିସରଙ୍କୁ ନେଇ ୨ଟି ଟିମ୍‌ ଗଠନ ହେବା ସହ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ପେସାଦାର ମୂର୍ତ୍ତିଚୋରଙ୍କ ସମ୍ପର୍କରେ ବିଭିନ୍ନ ସୂତ୍ରରୁ ଖବର ସଂଗ୍ରହ କରାଯାଉଥିବାବେଳେ ଅଭିଯୁକ୍ତ ଭରତଙ୍କ ଘରୁ ଲୋକେ ରବିବାର ଚୋରି ହୋଇଥିବା ମୂର୍ତ୍ତି, ଅଳଙ୍କାର ଓ ଅନ୍ୟ ପୂଜା ସାମଗ୍ରୀ ଉଦ୍ଧାର କରିଥିଲେ। ଖବର ପାଇ ପୋଲିସ ନାୟାଡ଼ିଆ ଗ୍ରାମକୁ ଯାଇଥିଲା। କିନ୍ତୁ ପୋଲିସକୁ ଦେଖି ଭରତ ଖସିଯିବା ପାଇଁ ବ୍ରାହ୍ମଣୀ ନଦୀକୁ ଡେଇଁ ପଡ଼ିଥିଲେ। ପୋଲିସ ଗ୍ରାମବାସୀଙ୍କ ସହାୟତାରେ ଦୁଇଟି ଡଙ୍ଗାରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ଜୋରଦାର ଉଦ୍ୟମ କରିଥିଲା। କିନ୍ତୁ ଭରତ ଦେଖାଇଥିଲେ ଲୁଚକାଳି ଖେଳ। ତାଙ୍କୁ ଧରିବାକୁ ଗଲାବେଳକୁ ସେ ପାଣିରେ ବୁଡ଼ି ଲୁଚି ଯିବା ସହ ପହଁରି ପହଁରି ଏପାଖସେପାଖ ହୋଇଯାଉଥିଲେ। ଶେଷରେ ପଟ୍ଟାମୁଣ୍ଡାଇ ଅଗ୍ନିଶମ ବାହିନୀର ସହାୟତା ନିଆଯାଇଥିଲା। ଯୋଜନାବଦ୍ଧ ଭାବେ ତିନି ପଟୁ ଘେରି ଭରତଙ୍କୁ କାବୁ କରାଯାଇଥିଲା। ତାଙ୍କୁ ସୋମବାର କୋର୍ଟଚାଲାଣ କରାଯିବ ବୋଲି ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ ସନ୍ଧ୍ୟାରାଣୀ ବେହୁରିଆ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri