ମାଗଣାରେ ମିଳିବ ସ୍ପୁଟନିକ-ଭି!

ନୂଆଦିଲ୍ଲୀ,୬ ।୭: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ପ୍ରାୟ ସମସ୍ତ ଦେଶରେ ଟିକକରଣ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । ଏବେସୁଦ୍ଧା ଦେଶରେ କେବଳ କୋଭିସିଲ୍ଡ ଓ କୋଭାକ୍ସିନ ଟିକା ଉପଲବ୍ଧ ହେଉଥିବା ବେଳେ ଆଗାମୀ ଦିନରେ ରୁଷିଆ ନିର୍ମିତ ସ୍ପୁଟନିକ-ଭି ଟିକା ମିଳିବ । ଡା. ଏନ୍‌କେ ଆରୋରାଙ୍କ ସୂଚନା ଅନୁଯାୟୀ ସ୍ପୁଟନିକ-ଭି ଖୁବ୍ ଶୀଘ୍ର ଟିକାକରଣ କେନ୍ଦ୍ରରେ ଉପଲବ୍ଧ ହେବ । ଯାହା ମାଗଣାରେ ଲୋକଙ୍କୁ ଯୋଗାଇ ଦିଆଯିବ । ପ୍ରଥମେ ଏହା ଘରୋଇ ହସ୍ପିଟାଲରେ ମିଳୁଥିବା ବେଳେ ଏବେ ଏହା ସରକାରୀ ହସ୍ପିଟାଲରେ ମାଗଣାରେ ମିଳିବ ବୋଲି ଡା. ଆରୋରା କହିଛନ୍ତି । ତେବେ ସବୁ ନିର୍ଭର କରୁଛି ଏହାର ସପ୍ଲାଇ ଉପରେ । ରୁଷିଆ ନିର୍ମିତ ଏହି ସ୍ପୁଟନିକ-ଭି ଟିକାକୁ ମାଇନସ୍ ୧୮ ଡିଗ୍ରୀ ତାପମାତ୍ରାରେ ରଖିବାକୁ ପଡିବ । ତେଣୁ ପୋଲିଓ ଟିକା ପାଇଁ ଯେଉଁ କୋଲ୍ଡ ଚାମ୍ପର ବ୍ୟବହାର କରାଯାଉଥିଲା ତାକୁ ଏବେ ସ୍ପୁଟନିକ-ଭି ରଖିବାକୁ ବ୍ୟବହାର କରାଯିବ । ତେବେ ଏହି ଭ୍ୟାକ୍ସିନକୁ ଦେଶର ଗ୍ରାମୀଣ ଅଞ୍ଚଳରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଥିବା ଆରୋରା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri