Posted inଜାତୀୟ

ଥାଓ୍ବରଚନ୍ଦ କର୍ନାଟକର ନୂଆ ରାଜ୍ୟପାଳ

ବେଙ୍ଗାଲୁରୁ,୬।୭: ମୋଦି କ୍ୟାବିନେଟର ସମ୍ପ୍ରସାରଣ ପୂର୍ବରୁ ମଙ୍ଗଳବାର ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ୮ଟି ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତି କରିଛନ୍ତି। ଏହିକ୍ରମରେ କେନ୍ଦ୍ର ମନ୍ତ୍ରୀ ଥାଓ୍ବର ଚନ୍ଦ ଗେହଲଟ ମଧ୍ୟ ରହିଛନ୍ତି। ଥାଓ୍ବର ଚନ୍ଦ ଗେହଲଟଙ୍କୁ କର୍ନାଟକର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏନେଇ ମଙ୍ଗଳବାର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଏକ ବିଜ୍ଞପ୍ତି ଜାରି କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମୋଦି ସରକାରଙ୍କ ୨.୦ର ଏହା ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ। ତେବେ ସମ୍ପ୍ରସାରଣ ପୂର୍ବରୁ ରାଜସ୍ଥାନର ଦଳିତ ନେତା ତଥା କେନ୍ଦ୍ରର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଥାଓ୍ବର ଚନ୍ଦଙ୍କୁ କର୍ନାଟକର ରାଜ୍ୟପାଳ ଭାବେ ରାଷ୍ଟ୍ରପତି ନିଯୁକ୍ତ କରିଛନ୍ତି। ସେହିପରି ହରି ବାବୁ କମ୍ଭମପତିଙ୍କୁ ମିଜୋରାମ ରାଜ୍ୟପାଳ, ମଙ୍ଗୁଭାଇ ଛଗନଭାଇ ପଟେଲଙ୍କୁ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏତଦ୍‌ ବ୍ୟତୀତ ରାଜେନ୍ଦ୍ରନ ବିଶ୍ୱନାଥ ଅର୍ଲେକରଙ୍କୁ ହିମାଚଳ ପ୍ରଦେଶ, ପିଏସ୍‌ ଶ୍ରୀଧରନ ପିଲ୍ଲାଇଙ୍କୁ ଗୋଆ, ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କୁ ତ୍ରିପୁରା ଓ ରମେଶ ବେସଙ୍କୁ ଝାଡ଼ଖଣ୍ଡ, ବନ୍ଦାରୁ ଦତ୍ତାତ୍ରେୟଙ୍କୁ ହରିଆଣାର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri