କାଉଡ଼ି ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲେ ଉତ୍ତରାଖଣ୍ଡ ସରକାର

ଡେରାଡୁନ,୬।୭: ଚଳିତ ବର୍ଷ ଜୁଲାଇ ୨୫ରୁ ଆରମ୍ଭ ହେବ କାଉଡ଼ି ଯାତ୍ରା। ହେଲେ ଦେଶରେ ଜାରି ରହିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ଥର ମଧ୍ୟ କାଉଡ଼ି ଯାତ୍ରା ଆୟୋଜନ କରାଯିବ ନାହିଁ। ତୃତୀୟ ଲହରର ଆଶଙ୍କାକୁ ନଜରରେ ରଖି କାଉଡ଼ି ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଉତ୍ତରାଖଣ୍ଡ ସରକାର। ଡେରାଡୁନରେ କାଉଡ଼ି ଯାତ୍ରାକୁ ନେଇ ମଙ୍ଗଳବାର ଉତ୍ତରାଖଣ୍ଡ ଡିଜିପି ଅଶୋକ କୁମାରଙ୍କ ଅଧ୍ୟକ୍ଷତାରେ ୮ଟି ରାଜ୍ୟର ପୋଲିସ ଅଧିକାରୀଙ୍କ ସହ ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଉତ୍ତରାଖଣ୍ଡ ସରକାର ଏହା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଅନ୍ୟପଟେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୁବେରେ କାଉଡ଼ି ଯାତ୍ରା ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଯୋଗୀ ଆଦିତ୍ୟନାଥ ଉତ୍ତରାଖଣ୍ଡ, ବିହାର, ଉତ୍ତରପ୍ରଦେଶରେ ଜଳାଭିଷେକ ପାଇଁ ଶ୍ରଦ୍ଧାଳୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କରୋନା ନିୟମକୁ ପାଳନ କରି ପଡ଼ୋଶୀ ରାଜ୍ୟ କାଉଡ଼ି ଯାତ୍ରାକୁ ସୁଚାରୁ ରୂପେ ଆୟୋଜନ କରିବାକୁ ଯୋଗୀ ଆଦିତ୍ୟନାଥ କହିଛନ୍ତି। ତେବେ କରୋନା କାଳରେ ଏହି ଯାତ୍ରା ସମ୍ଭବପର ନୁହେଁ। ଏଥିପାଇଁ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ୟୁପିର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଆଲୋଚନା କରିଛନ୍ତି। ଖୁବ୍‌ଶୀଘ୍ର ସେ ହରିଆଣା ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ଏହାପରେ ଏହି ଯାତ୍ରା ଉପରେ ନିଷ୍ପତ୍ତି ନିଆଯିବ ବୋଲି ପୁଷ୍କର ଧାମି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri