Posted inଜାତୀୟ

ପରଲୋକରେ ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ

ଶିମଲା,୮।୭: ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ବୀରଭଦ୍ର ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ଦୀର୍ଘ ଦିନରୁ ସେ ଅସୁସ୍ଥ ଥିବା ବେଳେ ଗୁରୁବାର ଭୋର ୩ଟା ୪୦ରେ ଶିମଲା ସ୍ଥିତ ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ (ଆଇଜିଏମ୍‌ସି)ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ୨ ମାସ ଭିତରେ ସେ ଦୁଇ ଥର କରୋନାକୁ ହରାଇଛନ୍ତି। ପ୍ରଥମେ ଏପ୍ରିଲ ୧୨ରେ ଓ ପରେ ଜୁନ ୧୧ରେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। କରୋନାରୁ ସୁସ୍ଥ ହେବା ପରେ ମଧ୍ୟ ତାଙ୍କୁ ନିଃଶ୍ୱାସଜନିତ ସମସ୍ୟା ଦେଖାଦେଇଥିଲା। ତେବେ ଗତ ଦୁଇ ଦିନ ତଳେ ବୀରଭଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଆଇଜିଏମ୍‌ସି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କୁ ଭେଣ୍ଟିଲେଟର ରଖାଯାଇଥିଲା। ଡାକ୍ତର ଲଗାତର ଭାବେ ତାଙ୍କ ଉପରେ ନଜର ରଖିଥିଲେ। ହେଲେ ଚିକିତ୍ସାଧିନ ଅବସ୍ଥାରେ ଗୁରୁବାର ତାଙ୍କର ନିଧନ ଘଟିଛି। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ବୀରଭଦ୍ରଙ୍କ କ୍ୟାରିୟର କଥା କହିବାକୁ ଗଲେ ସେ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ। ୯ଥର ବିଧାୟକ ଓ ୫ଥର ଏମ୍‌ପି ଭାବେ ସେ ନିର୍ବାଚିତ ହୋଇଥିଲେ। ଏଥିସହ ସେ ୬ ଥର ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏଥିରୁ ଜଣାପଡ଼େ ଯେ, ହିମାଚଳ ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କର କେତେ ଦବ୍‌ଦବା ରହିଥିଲା। ବର୍ତ୍ତମାନ ସେ ସୋଲାନ ଜିଲାର ଅର୍କିର ବିଧାୟକ ରହିଥିଲେ। ଅନ୍ୟପଟେ ଚଳିତ ବର୍ଷ ଜାନୁଆରୀରେ ନିର୍ବାଚନ ରାଜନୀତିରୁ ସେ ସନ୍ୟାସ ନେବେ ବୋଲି ଘୋଷଣା କରିଥିଲେ। ଆସନ୍ତା ନିର୍ବାଚନ ସେ ଲଢ଼ିବେ ନାହିଁ ବୋଲି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri